Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷୀ ଆନ୍ଦୋଳନରେ ସାମିଲ ହେବାକୁ ଆସିଥିବା ଯୁବତୀଙ୍କୁ ଦୁଷ୍କର୍ମ, ପରେ କରୋନାରେ ଚାଲିଗଲା ଜୀବନ

by ସଞ୍ଜୟ ସ୍ୱାଇଁ
May 10, 2021
in Crime, NATIONAL NEWS
ଚାଷୀ ଆନ୍ଦୋଳନରେ ସାମିଲ ହେବାକୁ ଆସିଥିବା ଯୁବତୀଙ୍କୁ ଦୁଷ୍କର୍ମ, ପରେ କରୋନାରେ ଚାଲିଗଲା ଜୀବନ
143
VIEWS
Share on FacebookShare on Twitter

ନୂଆଦିଲ୍ଲୀ (ବାଘୁଆବାର୍ତ୍ତା): ଚାଷୀ ଆନ୍ଦୋଳନରେ ଭାଗନେବାକୁ ଆସିଥିବା ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଖବର ସାମ୍ନାକୁ ଆସିଛି । ଯୁବତୀଙ୍କ ବାପା ଏ ନେଇ ଶହର ଥାନାରେ ଅଭିଯୋଗ କରିବା ପରେ ତଦନ୍ତ ଆରମ୍ଭ କରିଛି ପୋଲିସ । ତୁରନ୍ତ କାର୍ଯ୍ୟାନୁଷ୍ଠାନ ପୂର୍ବକ ଟିକରୀ ସୀମାରେ କିଷାନ ସ୍ପେଶାଲ ଆର୍ମି ଚଳାଉଥିବା ଅନୁପ ଏବଂ ଅନିଲ ମଲ୍ଲିକ ସମେତ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି ପୋଲିସ । ଏହା ସହିତ ଖୁବଶୀଘ୍ର ଅଭିଯୁକ୍ତମାନଙ୍କୁ ଧରାଯିବ ବୋଲି ପୋଲିସ ଆଶ୍ୱାସନା ଦେଇଛି । ସୂଚନାନୁସାରେ, ଯୁବତୀ ଜଣକ କିଛି ଯୁବକଙ୍କ ସହିତ ଚାଷୀ ଆନ୍ଦୋଳନରେ ଭାଗନେବାକୁ ପଶ୍ଚିମବଙ୍ଗରୁ ଦିଲ୍ଲୀ ଆସିଥିଲେ । ତେବେ ଦିଲ୍ଲୀରେ ପହଁଞ୍ଚିବା ପରେ ଅଭିଯୁକ୍ତମାନେ କୌଣସି ଏକ ସ୍ଥାନକୁନେଇ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲେ । ଦୁଃଖଦ କଥା ହେଉଛି ଏପ୍ରିଲ ୩୦ ତାରିଖରେ କରୋନାରେ ସଂକ୍ରମିତ ହୋଇ ଯୁବତୀଙ୍କର ମୃତ୍ୟୁ ଘଟିଥିଲା । ମୃତ୍ୟୁର ୪ ଦିନ ପୂବ ର୍ରୁ ଯୁବତୀଙ୍କୁ ଶିବମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ କରୋନା ସଂକ୍ରମଣ ହୋଇଥିବା ଚିହ୍ନଟ ହେବାପରେ ଚିକିତ୍ସିତ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା । ଯୁବତୀଙ୍କ ପିତାଙ୍କ ଅଭିଯୋଗ ଆଧାରରେ ଆପିସିର ଧାରା ୩୬୫, ୩୪୨, ୩୫୪, ୩୭୬ ଏବଂ ୧୨୦ ଅନୁଯାୟୀ ମାମଲା ରୁଜୁ କରିଛି ପୋଲିସ । ସମ୍ବେଦନଶୀଳ ଘଟଣା ହୋଇଥିବାରୁ ଜଣେ ଡିଏସପିଙ୍କ ନେତୃତ୍ୱରେ ୩ ଜଣ ଇନସ୍ପେକ୍ଟର ଏବଂ ସାଇବର ସେଲକୁ ନେଇ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ତଦନ୍ତ ଆରମ୍ଭ ହୋଇଛି । ପୋଲିସ ବର୍ତ୍ତମାନ ୪ ଜଣ ଚାଷୀ ନେତା ଏବଂ ଆନ୍ଦୋଳନ ସହ ଜଡିତ ୨ଜଣ ମହିଳାଙ୍କ ବିରୁଦ୍ଧରେ ମଧ୍ୟ ମାମଲା ରୁଜୁ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!