Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଷ୍ଟ୍ରିୟ ପୋଷଣ ଦିବସ ପାଳିତ

by Sanjay Swain
September 10, 2020
in State
ରାଷ୍ଟ୍ରିୟ ପୋଷଣ ଦିବସ ପାଳିତ
758
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍ ଅନ୍ତର୍ଗତ ବଡ଼ଗୋରଡ଼ା ଗ୍ରାମଠାରେ ରାଷ୍ଟ୍ରିୟ ପୋଷଣ ଦିବସ ପାଳିତ ହୋଇଯାଇଛି । ଓଡ଼ଗାଁ ଜୀବିକା ମିଶନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ନେତାଜି ଆଦର୍ଶ ଗ୍ରାମପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମିଶନ୍‌ଶକ୍ତି ମାଧ୍ୟମରେ ଗର୍ଭବତୀ ମହିଳା, ଛୋଟ ଛୁଆ, ନବଜାତ ଶିଶୁ, କିଶୋରୀ ବାଳିକାମାନଙ୍କର ସ୍ନେହସାର, ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଭିଟାମିନ୍‌-ଏ ଓ ଭିଟାମିନ୍‌-ସି କିପରି ପାଇପାରିବେ ଏହା ଉପରେ ସଚେତନତା କରାଯାଇଥିଲା । ରାଜ୍ୟ ସରକାର ସେପ୍ଟେମ୍ବର ମାସକୁ ପୋଷଣ ମାସ ଭାବେ ଗ୍ରହଣ କରିଛନ୍ତି । ମୁଖ୍ୟତଃ ଅପପୁଷ୍ଟି ରୋକିବା ଏହାର ମୁଖ୍ୟ ଉଦ୍ଦେଶ୍ୟ । ବିଭିନ୍ନ ମହିଳା ମହାସଂଘର କର୍ମକର୍ତ୍ତା ଏଥିରେ ଯୋଗ ଦେଇଥିଲେ । ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ଅଂଶଗ୍ରହଣ କରି ଏହି କାର୍ଯ୍ୟକ୍ରମରେ ଜଡ଼ିତ ହୋଇଥିଲେ । ଏତଦ୍‌ବ୍ୟତୀତ ମୋ ପୋଖରୀ ମାଧ୍ୟମରେ କିପରି ବାଡି ବଗିଚାରେ ବିଭିନ୍ନ ଫସଲ କରି ପୁଷ୍ଟିସାର ଖାଦ୍ୟ ଦିଆଯାଇ ପାରିବ ସେ ସମ୍ବନ୍ଧରେ ଜୀବିକା ମିଶନ ପକ୍ଷରୁ ସଚେତନତା କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!