Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ଼ଦାଣ୍ଡରେ ଛାତ ଉପରେ ଛିଡ଼ା ହୋଇ କେହି ବି ଦେଖି ପାରିବେ ନାହିଁ ରଥଯାତ୍ରା

by ସଞ୍ଜୟ ସ୍ୱାଇଁ
July 3, 2021
in Feature News
୯ ସୁଦ୍ଧା ସରିବ ରଥ ନିର୍ମାଣ
107
VIEWS
Share on FacebookShare on Twitter

ପୁରୀ,(ବାଘୁଆବାର୍ତ୍ତା): ଗତ ବର୍ଷ ଭଳି ଚଳିତ ବର୍ଷ ରଥଯାତ୍ରାରେ ବଡ଼ଦାଣ୍ଡ ଲୋକଙ୍କୁ ରଥଯାତ୍ରା କଟକଣାରେ ବିଶେଷ କିଛି କୋହଳ କରାଯାଇନାହିଁ। ଗତବର୍ଷ ରଥଯାତ୍ରା ସମୟରେ ପୁଲିସ ପ୍ରଶାସନ କାହାରିକୁ ଘରୁ ବାହାରିବାକୁ ଦେଉନଥିଲା। ଛାତ ଉପରେ ଛିଡ଼ା ହୋଇ କେହି ବି ରଥଯାତ୍ରା ଦେଖି ପାରିନଥିଲେ। ଯେଉଁମାନେ ଦେଖିବାକୁ ଚେଷ୍ଟା କରିଥିଲେ, ସେମାନଙ୍କୁ ପୁଲିସ ଗୋଡ଼ାଇ ଗୋଡ଼ାଇ ପିଟିଥିଲା। ଚଳିତବର୍ଷ ବି ଏହି କଟକଣା ଜାରି ରହିବ ବୋଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଡ଼ଦାଣ୍ଡରେ ଯେଉଁମାନଙ୍କ ଘର ରହିଛି, ସେମାନେ ନିଜ ଛାତ ଉପରୁ ରଥଯାତ୍ରା ଦେଖିପାରିବେ ନାହିଁ। ବିଶୃଙ୍ଖଳିତ ହେଲେ ବିହିତ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଜିଲ୍ଳାପାଳ ସମର୍ଥ ବର୍ମା କହିଛନ୍ତି। ପୂର୍ବରୁ ନିଜ ଛାତ ଉପରୁ ରଥଯାତ୍ରା ଦେଖିପାରିବେ ଲୋକେ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ହେଲେ ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇଥିବା ଜିଲ୍ଳାପାଳ ସମର୍ଥ ବର୍ମା କହିଛନ୍ତି। ସୂଚନାଯୋଗ୍ୟ, ଆଗାମୀ ଜୁଲାଇ ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ଆଜି ଆସିପାରେ ଏସଓପି । ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ହେବ ରଥଯାତ୍ରା । ତେଣୁ ଅଣସରଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଉପରେ ମୋହର ବାଜିବ। ଅପରାହ୍ନ ସାଢେ ୪ଟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ବୈଠକରେ ସମସ୍ତ ନିଯୋଗ ସହ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସାମିଲ ହେବେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!