Wednesday, July 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ ଉପରୁ ରଥଯାତ୍ରା ଦେଖିବା ମନା, ପୂର୍ବ ନିଷ୍ପତ୍ତି ବଦଳାଇଲା ଜିଲ୍ଲା ପ୍ରଶାସନ

by ସଞ୍ଜୟ ସ୍ୱାଇଁ
July 3, 2021
in Literature, State
ଛାତ ଉପରୁ ରଥଯାତ୍ରା ଦେଖିବା ମନା, ପୂର୍ବ ନିଷ୍ପତ୍ତି ବଦଳାଇଲା ଜିଲ୍ଲା ପ୍ରଶାସନ
30
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଦିନ କେଇଟା ପରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କରୋନା ଯୋଗୁ ଏବର୍ଷ ବି ବିନା ଭକ୍ତରେ ହେବ ମହାପ୍ରଭୁଙ୍କ ଘୋଷଯାତ୍ରା । ବଡ଼ଦାଣ୍ଡରେ ଜାରି ହେବ ୧୪୪ ଧାରା । ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଥିବା ଘର ଛାତ ଉପରେ ବି ୧୪୪ ଧାରା ହେବ । ଘରର ପରିବାର ଲୋକ ଛାତ ଉପରୁ ରଥଯାତ୍ରା ଦେଖି ପାରିବେ ନାହିଁ । ପୂର୍ବ ନିଷ୍ପତ୍ତିକୁ ଜିଲ୍ଲା ପ୍ରଶାସନ ବଦଳାଇଛି । ପୂର୍ବରୁ ପରିବାର ସଦସ୍ୟ କେବଳ ଛାତ ଉପରେ ଠିଆ ହୋଇ ରଥଯାତ୍ରା ଦେଖିପାରିବେ ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ । ସେହିପରି ବଡ଼ଦାଣ୍ଡ ରେ ଥିବା ସମସ୍ତ ହୋଟେଲ, ଲଜିଂକୁ ରଥଯାତ୍ରାର ଦୁଇ ଦିନ ପୂର୍ବରୁ ଖାଲି କରାଯିବ । କୌଣସି ବୁକିଂ ହୋଇ ପାରିବ ନାହିଁ । ସୁରକ୍ଷା ବ୍ୟବସ୍ଥାକୁ କଡାକଡି ପାଇଁ ପୁରୀ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇଛି। ସହରର ପ୍ରବେଶ ପଥ ସିଲ ରହିବ । ରଥଯାତ୍ରା ଅୟୋଜନ ନେଇ ପ୍ରଶାସନ କରିଥିବା ବ୍ୟବସ୍ଥାକୁ ପାଳନ କରିବା ପାଇଁ ପୁରୀ ସହରବାସୀଙ୍କୁ ଅନୁରୋଧ କରିଛନ୍ତି ଜିଲାପାଳ ଓ ଏସପି । ରଥଯାତ୍ରା ପାଇଁ ସ୍ତୁତି ଜୋରଦାର ଚାଲିଥିବା ବେଳେ ଆଜି ବସୁଛି ଛତିଶା ନିଯୋଗ ବୈଠକ । ଆଜି ଛତିଶ ନିଯୋଗ ବୈଠକରେ ରଥଯାତ୍ରା ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷାରେ ଭର୍ଚୁଆଲରେ ଏହି ବୈଠକ ବସିବ । ବୈଠକରେ ସମସ୍ତ ନିଯୋଗର କର୍ମକର୍ତ୍ତା ଉପସ୍ଥିତ ରହିବେ । ଏଠାରେ ରଥଯାତ୍ରାରୁ ନୀଳାଦ୍ରି ବିଜେ ଯାଏ ନୀତି ନିର୍ଘଣ୍ଟ ଉପରେ ମୋହର ବାଜିପାରେ । ଜାରି ହୋଇପାରେ ରଥଯାତ୍ରା ନେଇ ଏସଓପି । କୋଭିଡ୍ ନେଗେଟିଭ୍ ଥିବା ସେବାୟତ, ପ୍ରଶାସନିକ ଅଧିକ, ପୋଲିସ ରଥଯାତ୍ରାରେ ସାମିଲ ହେବେ । ଏଥିପାଇଁ ଆସନ୍ତା ୮ ତାରିଖରୁ ଆରମ୍ଭ ହେବ କୋଭିଡ୍ ଟେଷ୍ଟ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!