Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଇଭଉଣୀଙ୍କ ସହ ମିଶି ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲେ ମହାପ୍ରଭୁ ଜଗନ୍ନାଥ

by ସଞ୍ଜୟ ସ୍ୱାଇଁ
July 12, 2021
in Feature News
ଭାଇଭଉଣୀଙ୍କ ସହ ମିଶି ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲେ ମହାପ୍ରଭୁ ଜଗନ୍ନାଥ
51
VIEWS
Share on FacebookShare on Twitter

ପୁରୀ,(ବାଘୁଆବାର୍ତ୍ତା): ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ଶ୍ରୀଜିଉଙ୍କ ରଥ। ଅପରାହ୍ନ ୪.୩୦ରେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ବଜ ରଥ ପହଞ୍ଚିଥିବା ବେଳେ ୫.୦୦ଟା ସମୟରେ ଭଉଣୀ ହଳଦୀମୁହିଁ ସୁଭଦ୍ରାଙ୍କ ରଥ ଦର୍ପଦଳନ ଓ ୫.୩୦ରେ ମହାପ୍ରଭୁ ଜଗନ୍ନାଥଙ୍କ ରଥ ନନ୍ଦିଘୋ‌ଷ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛି। ସେବାୟତମାନେ ଶ୍ରୀଜିଉମାନଙ୍କୁ ହର୍ଷୋଲ୍ଲାସରେ ଟାଣି ନେଇ ଶରଧାବାଲି ଅଭିମୁଖେ ବାହାରିଥିଲେ। ଆଜି ବଳଭଦ୍ରଙ୍କ ରଥ ଟଣା କାର୍ଯ୍ୟ ଠିକ୍ ମଧ୍ୟାହ୍ନ ୧୨ଟାରେ ଆରମ୍ଭ ହୋଇଥିଲା । ପୂର୍ବାହ୍ନ ୭ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ବିଜେ ହୋଇଥିବାରୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଏହା ଶେଷ ହୋଇପାରିଥିଲା । ତିନି ରଥ ଉପରେ ଛେରାପହଁରା ନୀତି ଶେଷ କରି ଗଜପତି ମହାରାଜ ଶ୍ରୀନଅରକୁ ଫେରିଯିବା ପରେ ରଥଗୁଡ଼ିକରେ ସାରଥୀ ଓ ଘୋଡ଼ାଯୋଚା କାମ ଶେଷ ହୋଇଥିଲା ।  ବିନା ଭକ୍ତରେ ସେବାୟତମାନେ ରଥାରୁଢ଼ ଶ୍ରୀଜିଉମାନଙ୍କୁ ହର୍ଷୋଲ୍ଲାସର ସହିତ ଟାଣି ଟାଣି ନେଉଥିଲେ । ଏକ ବର୍ଣ୍ଣାଢ଼୍ୟ ଆଧ୍ୟାତ୍ମିକ ପରିବେଶରେ ଆଗେ ଆଗେ ତାଳଧ୍ୱଜରେ ବଳଭଦ୍ର, ମଝିରେ ଦର୍ପଦଳନରେ ଦେବୀ ସୁଭଦ୍ରା ଓ ଶେଷରେ ଗହଳି ଲଗାଇ କାଳିଆ ଠାକୁର ନନ୍ଦିଘୋଷରେ ବାହାରିଥିଲେ । କୋଭିଡ-୧୯ କଟକଣାରେ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ଆୟୋଜନ ହୋଇଛି । ଆଜି ଭୋର ସାଢ଼େ ୪ଟାରୁ ରଥଯାତ୍ରା ନୀତି ଅନୁଷ୍ଠିତ ହୋଇଥିଲା । ପହଣ୍ଡି ବିଜେ ୭ଟାରୁ ଆରମ୍ଭ ହୋଇଥିବା ବେଳେ ଏହା ସକାଳ ୧୦ଟା ପୂର୍ବରୁ ଶେଷ ହୋଇଯାଇଥିଲା । ଏହା ପରେ ରଥାରୁଢ଼ ଶ୍ରୀଜିଉମାନଙ୍କୁ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଥିଲେ । ସେହିପରି ଗଜପତି ମହାରାଜ ତିନି ରଥ ଉପରେ ଛେରାପହଁରା କରିଥିଲେ । ଚଳିତ ବର୍ଷ ପୁରୀକୁ ସାଧାରଣ ଭକ୍ତଙ୍କୁ ବାରଣ ହୋଇଛି । ପୁରୀର ଜନତା ମଧ୍ୟ ନିଜ ଘରର ଛାତ ଉପରେ ଥାଇ ରଥଯାତ୍ରାକୁ ଦେଖିପାରୁ ନାହାନ୍ତି । ଗତକାଲି ଠାରୁ ବଡ଼ଦାଣ୍ଡରେ ୧୪୪ ଧାରା ଲାଗୁ ହୋଇଯାଇଛି । କରୋନା ଗାଇଡଲାଇନ ଅନୁସାରେ ଘୋଷଯାତ୍ରାର ଆୟୋଜନ ହେଉଥିବାରୁ ଲୋକମାନେ ବାଧ୍ୟତାମୂଳକ ଭାବେ କଟକଣାକୁ ପାଳନ କରୁଛନ୍ତି । ଲୋକେ ମହାପ୍ରଭୁଙ୍କ ଯାତ୍ରାକୁ ଟେଲିଭିଜନ ମାଧ୍ୟମରେ ଦେଖୁଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!