Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେସଲିଂରେ ରୌପ୍ୟ ଆଣିଲେ ରବି କୁମାର

by ସଞ୍ଜୟ ସ୍ୱାଇଁ
August 5, 2021
in NATIONAL NEWS, Sports, State, WORLD
ରେସଲିଂରେ ରୌପ୍ୟ ଆଣିଲେ ରବି କୁମାର
77
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଚଳିତ ଟୋକିଓ ଅଲିମ୍ପିକ୍ସରେ ଭାରତ ଆଜି ଆଉ ଏକ ପଦକ ଜିତିଛି। ରବି କୁମାର ଦହିୟା ପୁରୁଷଙ୍କ ୫୭ କେଜି ଫ୍ରିଷ୍ଟାଇଲ୍ ରେସଲିଂ ଫାଇନାଲରେ ହାରି ଦେଶ ପାଇଁ ରୌପ୍ୟ ଜିତିଛନ୍ତି। ଫାଇନାଲରେ ରୁଷିଆନ୍ ଅଲିମ୍ପିକ୍ କମିଟି (ଆରଓସି)ର ଜଭୁର୍ ଉଗୁଏଭଙ୍କ ନିକଟରୁ ୪-୭ ପଏଣ୍ଟରେ ପରାସ୍ତ ହୋଇଛନ୍ତି। ଏହି ପରାଜୟ ସହ ଚଳିତ ଅଲିମ୍ପିକ୍ସରେ ଭାରତର ସ୍ୱର୍ଣ୍ଣ ପଦକ ଆଶା ପୁଣିଥରେ ଧୂଳିସାତ୍ ହୋଇ ଯାଇଛି। ସ୍ୱର୍ଣ୍ଣ ପଦକରୁ ବଞ୍ଚିତ ହୋଇଥିଲେ ହେଁ ରବି କୁମାର ରୌପ୍ୟ ପଦକ ଜିତି ଦେଶକୁ ଗୌରବାନ୍ୱିତ କରିଛନ୍ତି। ଚଳିତ ଅଲିମ୍ପିକ୍ସରେ ରେସଲିଂରେ ଭାରତର ଏହା ପ୍ରଥମ ପଦକ। ଏହାସହ ୨୦୧୨ ପରେ ରବି କୁମାର ଭାରତକୁ ପୁରୁଷ ରେସଲିଂ ବର୍ଗରେ ପଦକ ଦେଇଛନ୍ତି। ୨୦୧୨ ଲଣ୍ଡନ ଗେମ୍ସରେ ଭାରତର ସୁଶୀଲ କୁମାର ଓ ଯୋଗେଶ୍ୱର ଦତ୍ତ ପଦକ ଜିତିଥିଲେ। ସେହିପରି ଗତ ସଂସ୍କରଣରେ ସାକ୍ଷୀ ମଲିକ୍ ବ୍ରୋଞ୍ଜ ପଦକ ଜିତି ଇତିହାସ ରଚିଥିଲେ। ଚଳିତ ଅଲିମ୍ପିକ୍ସରେ ଆରମ୍ଭରୁ ହିଁ ଦମଦାର ପ୍ରଦର୍ଶନ କରିଥିଲେ। ରାଉଣ୍ଡ-୧୬ରେ ରବି କୁମାର କଲମ୍ବିଆର ଓସ୍କାର ଏଡୁଆର୍ଡ ଟାଇଗ୍ରେରସଙ୍କୁ ୧୩-୨ ପଏଣ୍ଟରେ ହରାଇ କ୍ୱାର୍ଟର୍ ଫାଇନାଲରେ ପ୍ରବେଶ କରିଥିଲେ। ଅନ୍ତିମ-୮ରେ ରବି କୁମାର ବୁଲଗେରିଆର ଜର୍ଜି ଭାଙ୍ଗେଲୋଭଙ୍କୁ ୧୪-୪ରେ ହରାଇଥିବା ବେଳେ ସେମିଫାଇନାଲରେ କଜାଖସ୍ତାନର ନୁରିସ୍ଲାମ୍ ସାନାୟେଭଙ୍କୁ ଭିକ୍ଟରୀ ବାଏ ଫଲରେ ୭-୯ରେ ହରାଇ ଫାଇନାଲରେ ସ୍ଥାନ ପକ୍କା କରିଥିଲେ। ରବି କୁମାରଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ଅନେକ ସୁଭେତ୍ସା ଜଣାଇଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!