ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଗସ୍ତରେ ଆସିଛନ୍ତି କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର (ଆର୍ଡିସି) ଅନୀଲ କୁମାର ସାମଲ । ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ପ୍ରଶାସନର ଉଚ୍ଚ ପଦାଧିକାରୀଙ୍କ ସହ ଏକ ଉଚ୍ଚ ସ୍ତରୀୟ ବୈଠକରେ ଯୋଗ ଦେଇଥିବା ଜଣାଯାଇଛି । ନୟାଗଡ଼ ସର୍କିଟ ହାଉସଠାରେ ଜିଲ୍ଲାପାଳ ଡ. ପୋମା ଟୁଡୁ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ ପ୍ରମୂଖ ଏହି ବୈଠକରେ ଯୋଗ ଦେଇଛନ୍ତି । ଆର୍ଡିସି କରୋନା ସମ୍ପର୍କିତ ଆଲୋଚନା କରୁଥିବା ଜଣାଯାଇଛି ।






