Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ଖୋଲିବ ସ୍କୁଲ

by ସଞ୍ଜୟ ସ୍ୱାଇଁ
July 17, 2021
in Education, State
ରାଜ୍ୟରେ ଖୋଲିବ ସ୍କୁଲ
791
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବର୍ତ୍ତମାନର ବଡ ଖବର । ରାଜ୍ୟରେ ଖୋଲିବ ସ୍କୁଲ । ଏହାକୁ ନେଇ ଏସଓପି ଜାରି କରାଯାଇଛି । ରାଜ୍ୟରେ ଆସନ୍ତା ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ ବୋଲି ସେ କହିଛନ୍ତି। ଏଥିସହ ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ସେଣ୍ଟର ହେଉଛି, ପରୀକ୍ଷା ପରେ ଖୋଲିବ। ଅଗଷ୍ଟରେ ନବମ ଶ୍ରେଣୀ ପିଲାଙ୍କର ପାଠପଢ଼ା ପାଇଁ ବ୍ୟବସ୍ଥା କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଏସଓପି ଜାରି କରାଯାଇଛି। ଏସଓପି ମୁତାବକ, ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଟିକା ଦିଆଯିବ। ବିଦ୍ୟାଳୟରେ ଥର୍ମାଲ ସ୍କାନିଂର ବ୍ୟବସ୍ଥା ସହ ସାନିଟାଇଜ କରାଯିବ। ଏନେଇ ଡିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୧୦ଟାରୁ ସାଢେ଼ ୧ଟା ପର୍ୟ୍ୟନ୍ତ ବିଦ୍ୟାଳୟରେ ପାଠପଢ଼ା ହେବ। ତେବେ ସ୍କୁଲରେ ଖେଳ ଛୁଟି ରହିବ ନାହିଁ, ପିଲାମାନେ ନିଜ ଘରେ ଖାଇପାରିବେ ବୋଲି ସ୍ପଷ୍ଟ କରାଯାଇଛି। ସେହିପରି ୧୦ମ ଓ ଦ୍ୱାଦଶ ବ୍ୟତୀତ ଅନ୍ୟ ଶ୍ରେଣୀର ପିଲାମାନେ ପୂର୍ବଭଳି ଅନଲାଇନରେ ପାଠପଢିବେ। ଛାତ୍ରଛାତ୍ରୀମାନେ ଚାହିଁଲେ ବିଦ୍ୟାଳୟ ଆସିପାରିବେ। ଯଦି କୌଣସି ସ୍ଥାନରେ କୋଭିଡ଼ ସଂକ୍ରମଣ ବୃଦ୍ଧି ପାଏ ତେବେ ଜିଲ୍ଲାପାଳମାନେ ସାମୟିକ ଭାବେ ସ୍କୁଲ ବନ୍ଦ କରାଯିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!