Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା, ଶିକ୍ଷକର କେବେ ଅବସର ନଥାଏ

by ସଞ୍ଜୟ ସ୍ୱାଇଁ
February 28, 2025
in Nayagarh, State
ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା, ଶିକ୍ଷକର କେବେ ଅବସର ନଥାଏ
398
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜଣେ ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ବ୍ଲକ ଅନ୍ତର୍ଗତ ମୁଥାଗାଡ଼ିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୋଜାଲିନ ପଟ୍ଟନାୟକଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ମୁଥାଗାଡ଼ିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ ନବଘନପୁର କ୍ଲଷ୍ଟର ସିଆରସିସି ଅଶୋକ କୁମାର ପ୍ରଧାନ ପୌରହିତ୍ୟ କରିଥିବା ବେଳେ ସମ୍ମାନୀତ ଅତିଥିଭାବେ ଗ୍ରାମ ସଭାପତି ପ୍ରବିତ୍ର ମୋହନ ପରିଡ଼ା, ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ସୁରେଶ କୁମାର ସେଠି,ଲକ୍ଷ୍ମୀଧର ସାହୁ ,ସୁରେଶ ସେଠୀ, ଅଶୋକ ମଲ୍ଲ,ଧନେଶ୍ୱର ସ୍ୱାଇଁ,ସମଗ୍ର ଶିକ୍ଷା ପ୍ରୋଗ୍ରାମର ସୁଦର୍ଶନ ସାହୁ,ପୂର୍ବତନ ପ୍ରଧାନ ଶିକ୍ଷକ ଧୁମର ସେଠୀ ପ୍ରମୁଖ ଯୋଗଦାନ କରି ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମନୋରମା ଦେବୀ ଜଣେ କର୍ମଠ,ଦକ୍ଷ ତଥା ଛାତ୍ରବତ୍ସଳ ଶିକ୍ଷୟିତ୍ରୀ ଥିଲେ ବୋଲି ବର୍ଣ୍ଣନା କରିଥିଲେ ।

ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ କୁନ୍ତଳା କୁମାରୀ ଦେବୀ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଉମେଶ ଚନ୍ଦ୍ର ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ।ଶେଷରେ ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସଂପୃକ୍ତ ବିଦ୍ୟାଳୟ ଏବଂ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ମାନପତ୍ର, ଉପଢୌକନ ଏବଂ ଉପହାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ମନ୍ମଥ କିଶୋର ନାୟକ,ଉମେଶ ସ୍ୱାଇଁ ଏବଂ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାଵାଳା ମହାନ୍ତି,ମିନତୀ ଭୂୟାଁ ପ୍ରମୁଖ ସହଯୋଗ କରିଥିବା ବେଳେ ପରିଚାଳନା କମିଟିର ସମସ୍ତ ସଦସ୍ୟ, କ୍ଲଷ୍ଟର ଅନ୍ତର୍ଗତ ବିଦ୍ୟାଳୟ ମାନଙ୍କ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ, ଅଙ୍ଗନବାଡି କର୍ମୀ ତଥା ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଯୋଗଦାନ କରିଥିଲେ।

 

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!