Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

by ସଞ୍ଜୟ ସ୍ୱାଇଁ
October 9, 2024
in Crime, State
ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ
52
VIEWS
Share on FacebookShare on Twitter

ଝରିଗାଁ, (ବାଘୁଆବାର୍ତ୍ତା): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ ଚୋରି ହୋଇଥିବା ନେଇ ସଂପୃକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ପିତମ ପନକା ଝରିଗାଁ ଲିଖିତ ଅଭିଯୋଗ କରିଛନ୍ତି। ସୂଚନାନୁସାରେ, ବୁଧବାରଠାରୁ ଦଶହରା ପୂଜାଛୁଟିର ପ୍ରଥମ ଦିନରେ ବିଦ୍ୟାଳୟର ପାଚିକା ଓ ସହାୟିକା ସ୍କୁଲ ବଗିଚାରେ ପାଣି ଦେବାକୁ ଯାଇଥିଲେ। ବିଦ୍ୟାଳୟର ମୁଖ୍ୟ ଫାଟକ ଏବଂ ଚାଉଳ ମହଜୁଦ ଘରର ତାଲା ଦ୍ୱୟ ଭଙ୍ଗା ହୋଇଥିବା ଦେଖିଥିଲେ। ଏନେଇ ପ୍ରଧାନଶିକ୍ଷକ ଖବର ପାଇ ସ୍କୁଲକୁ ଆସି ବିଦ୍ୟାଳୟ ପରିଚାଳନା କମିଟିଙ୍କ ସହ ଦେଖିବା ପରେ ଦୁଇ ବସ୍ତା ଚାଉଳ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରିବାକୁ ନିଷ୍ପତ୍ତି ନେଇଥିଲେ। ଖବର ପାଇ ଘଟଣାସ୍ଥଳରେ ଥାନା ଏଏସ୍‌ଆଇ କେଦାର ନାଥ ରାଉତ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ଏନେଇ ଥାନାରେ ଏକ ମାମଲା ରୁଜୁ କରାଯାଇଛି। ସେହିପରି ଗତ ସୋମବର ଝରିଗାଁ ଥାନା ଅନ୍ତର୍ଗତ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତିନୋଟି ଶ୍ରେଣୀ ଗୃହର ତାଲା ଭଙ୍ଗା ଯାଇଥିବା ନେଇ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗଦୀଶ ପ୍ରସାଦ ମିଶ୍ର ଝରିଗାଁ ପୋଲିସକୁ ସୂଚନା ଦେବା ପରେ ଘଟଣାସ୍ଥଳରେ ଥାନା ଏସ୍‌ଆଇ ଲକ୍ଷ୍ମୀନାରାୟଣ ଦୋରା ପହଞ୍ଚି ତଦନ୍ତ କରିଥିଲେ। ଉକ୍ତ ବିଦ୍ୟାଳୟର ତାଲା ଭଙ୍ଗା ଯାଇଥିଲେ ମଧ୍ୟ କୌଣସି ଜିନିଷ ଚୋରି ହୋଇ ନ ଥିବା ପ୍ରଧାନଶିକ୍ଷକ ମିଶ୍ର ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!