Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ, ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକ

by ସଞ୍ଜୟ ସ୍ୱାଇଁ
May 27, 2025
in State
ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ, ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକ
23
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭୁଲ୍ ଅଲଟ୍ରାସାଉଣ୍ଡ ରିପୋର୍ଟ ଯୋଗୁଁ ଶିଶୁର ମୃତ୍ୟୁ ଓ ମା’ ଗୁରୁତର ଘଟଣାକୁ ନେଇ ରାସ୍ତା ଅବରୋଧ । ଉତ୍ତେଜନାକୁ ଦେଖି ରାସ୍ତାରୋକ ସ୍ଥାନରେ ପୋଲିସ ମୁତୟନ କରାଯାଇଛି । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ସହରାଞ୍ଚଳ ଥାନା ଅଧୀନ ବାଇପାସ୍ ସ୍ଥିତ ଏକ ଘରୋଇ ଅଲଟ୍ରାସାଉଣ୍ଡ କ୍ଲିନିକ୍ ନାମରେ ଅଭିଯୋଗ ଆସିଛି । ଅଭିଯୋଗ ଅନୁଯାୟୀ ତିହିଡି ଥାନା ଅଧୀନ ଦୋଳସାହି, ରାଢ଼ଙ୍ଗ ଅଞ୍ଚଳର ପ୍ରଫୁଲ୍ଲ ଗିରି ତାଙ୍କ ଗର୍ଭବତୀ ସ୍ତ୍ରୀଙ୍କୁ ନେଇ ଏହି ଅଲଟ୍ରାସାଉଣ୍ଡ କ୍ଲିନିକ୍ରେ ଅଲଟ୍ରାସାଉଣ୍ଡ କରିବା ପରେ ରିପୋର୍ଟ ନେଇଥିଲେ । ପରେ ପେଟରେ ଯନ୍ତ୍ରଣା ହେବାରୁ ଭଦ୍ରକ ଜିଲ୍ଲା ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ପେଟରେ ଥିବା ଶିଶୁର ମୃତ୍ୟୁ ହୋଇଯାଇଥିବା ଡ଼ାକ୍ତର କହିବା ସହ ଗର୍ଭନଷ୍ଟ କରିଥିଲେ । ତେବେ ମୃତ ଶିଶୁଟି ପୁତ୍ର ସନ୍ତାନ ହୋଇଥିବା ଜଣାପଡିଥିଲା । ମା’ ଗୁରୁତର ଭାବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଶିଶୁର ମୃତଦେହକୁ ରଖି ଅଲଟ୍ରାସାଉଣ୍ଡ ସେଣ୍ଟର ସମ୍ମୁଖରେ ଧାରଣାରେ ବସିଥିଲେ ମୃତ ଶିଶୁର ବାପା ଓ ପରିବାର ଲୋକେ । ଘଟଣାସ୍ଥଳରେ ଉତ୍ତେଜନାକୁ ଦେଖି ଭଦ୍ରକ ସହରାଞ୍ଚଳ ପୋଲିସ ଅଲଟ୍ରାସାଉଣ୍ଡ ସେଣ୍ଟରରେ ପହଞ୍ଚି ବୁଝାସୁଝା କରିବା ପରେ ମଧ୍ୟ ସୁଫଳ ମିଳିନଥିଲା । ଉତ୍ତ୍ୟକ୍ତ ଲୋକେ ଭଦ୍ରକ ଚାନ୍ଦବାଲି ରାଜ୍ୟ ରାଜପଥର ବାଇପାସ୍ ଠାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!