Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଦଗୁରୁଙ୍କୁ ‘ସୁପ୍ରିମ୍’ କୋର୍ଟଙ୍କ ଆଶ୍ୱସ୍ଥି

by ସଞ୍ଜୟ ସ୍ୱାଇଁ
October 18, 2024
in NATIONAL NEWS
ସଦଗୁରୁଙ୍କୁ ‘ସୁପ୍ରିମ୍’ କୋର୍ଟଙ୍କ ଆଶ୍ୱସ୍ଥି
48
VIEWS
Share on FacebookShare on Twitter

ନିଉଦିଲ୍ଲୀ, (ବାଘୁଆବାର୍ତ୍ତା) : ସଦଗୁରୁ ଜାଗି ବାସୁଦେବଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ଆଶ୍ୱସ୍ଥି। ଈଶା ଫାଉଣ୍ଡେସନରେ ପୁଲିସ ତଦନ୍ତ ସହ ତାଙ୍କ ବିରୁଦ୍ଧରେ ଲାଗିଥିବା ସମସ୍ତ ଅଭିଯୋଗକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ। କୋର୍ଟ କହିଛନ୍ତି ଯେ, ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୁଲିସ ଆଶ୍ରମରେ ତଦନ୍ତ କରିବା ସମ୍ପୂର୍ଣ୍ଣ ରୂପେ ଅନୁପଯୁକ୍ତ। ଆଶ୍ରମରେ ରହୁଥିବା ଝିଅମାନେ ସାବାଳକ। ସେମାନେ ନିଜ ଇଚ୍ଛା ଅନୁସାରେ ସେଠାରେ ରହୁଛନ୍ତୁ। ତେଣୁ ସଦଗୁରୁଙ୍କ ବିରୁଦ୍ଧରେ ହୋଇଥିବା ଅଭିଯୋଗର ପରବର୍ତ୍ତୀ ନ୍ୟାୟିକ ପ୍ରକ୍ରିୟା ହୋଇପାରିବ ନାହିଁ, କିମ୍ବା ତାଙ୍କ ଫାଉଣ୍ଡେସନରେ ତଦନ୍ତ କରାଯିବ ନାହିଁ। ପ୍ରକାଶ ଥାଉକି, ଜଣେ ଅବସରପ୍ରାପ୍ତ ପ୍ରଫେସର ଏସ କାମରାଜ ମାଡ୍ରାସ ହାଇକୋର୍ଟରେ ଈଶା ଫାଉଣ୍ଡେସନ ବିରୋଧରେ ଅଭିଯୋଗ ଦାଖଲ କରିଥିଲେ। ତାଙ୍କ ଝିଅ ଲତା ଏବଂ ଗୀତାଙ୍କୁ ବିଭିନ୍ନ ପ୍ରକାର କଥାରେ ଭୁଲାଇ ସେମାନଙ୍କୁ ସଦଗୁରୁ ଜାଗି ବାସୁଦେବଙ୍କ କୋଏମ୍ବାଟୁର ଆଶ୍ରମରେ ବନ୍ଧକ ରଖାଯାଇଥିବା ସେ ଅଭିଯୋଗ କରିଥିଲେ। ଏନେଇ ସେପ୍ଟେମ୍ବର ୩୦ରେ ମାଡ୍ରାସ ହାଇକୋର୍ଟ ଶୁଣାଣି କରି ତାମିଲନାଡୁ ପୁଲିସକୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହା ପରଦିନ ଅକ୍ଟୋବର ୧ରେ ୧୫୦ରୁ ଅଧିକ ପୁଲିସ ଆଶ୍ରମ ନିକଟରେ ପହଞ୍ଚି ଖାନତଲାସୀ ଆରମ୍ଭ କରିଥିଲେ। ଏହାକୁ ନେଇ ସଦଗୁରୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରି ଆବେଦନ କରିଥିଲେ। ସୁପ୍ରିକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ ଅକ୍ଟୋବର ୩ରେ ଶୁଣାଣି କରି ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ୍ ଲଗାଇଥିଲେ। ପରବର୍ତ୍ତୀ ଶୁଣାଣି ନ ହେବା ପର‌୍ୟ୍ୟନ୍ତ ପୁଲିସ ଆଶ୍ରମରେ କୌଣସି ଯାଞ୍ଚ କରିପାରିବ ନାହିଁ ବୋଲି କହିଥିଲେ। ଆଜି ପ୍ରଧାନ ବିଚାରପତି ଶୁଣାଣି କରି ସମସ୍ତ ଅଭିଯୋଗକୁ ଖାରଜ କରି ଦେଇଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!