ନୟାଗଡ଼, (ବାଘୁଆବାର୍ତ୍ତା): ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ତରଫରୁ ଶିକ୍ଷାବିତ୍, ସଂପାଦକ, ଭାଷାତତ୍ତ୍ୱବିତ୍,ସାହିତ୍ୟିକ, ଅନୁବାଦକ ଡ. ଜଗମୋହନ ଆଚାର୍ଯ୍ୟ ଙ୍କୁ ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମି ସାର୍ଟିଫିକେସନ୍ ର ପରାମର୍ଶଦାତା ପ୍ୟାନେଲ୍ , କୋଲକାତା ରିଜନ୍ ର ସଦସ୍ୟ ଭାବେ ମନୋନୀତ କରାଯାଇଛି। ନୟାଗଡ଼ ଜିଲ୍ଲା କଣ୍ଟାବଣିଆ ଶାସନରେ ଜନ୍ମ ହୋଇଥିବା ଡ. ଆଚାର୍ଯ୍ୟ, ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରୁ ସଂସ୍କୃତ ସମ୍ମାନ ରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଇଂରାଜୀ, ସଂସ୍କୃତ, ଓଡ଼ିଆ ଓ ବଙ୍ଗଳା ଭାଷାରେ ଅନେକ ଗବେଷଣାତ୍ମକ ପୁସ୍ତକ ରଚନା କରିବା ସହ ଓଡ଼ିଆ ଭାଷାର ଅନେକ ନାଟକ ମଧ୍ୟ ଉଭୟ ସଂସ୍କୃତ ତଥା ବଙ୍ଗଳା ଭାଷାରେ ଅନୁବାଦ କରିଛନ୍ତି। ସର୍ବଭାରତୀୟ ସ୍ତରର ରିସର୍ଚ୍ଚ ଜର୍ଣ୍ଣାଲ୍ “ଋତାୟନୀ” ର ସଂପାଦନା କରିଥିବା ବେଳେ ଭାରତୀୟ ଅନୁବାଦ ସାହିତ୍ୟର ଉପଦେଷ୍ଟାମଣ୍ଡଳୀ ର ସଦସ୍ୟ ଅଛନ୍ତି। ସଂପ୍ରତି ଡ. ଆଚାର୍ଯ୍ୟ, ଖଡ଼ଗପୁର ମହାବିଦ୍ୟାଳୟ, ପଶ୍ଚିମବଙ୍ଗରେ ସହକାରୀ ପ୍ରାଧ୍ୟାପକ ଭାବେ କାର୍ଯ୍ୟରତ ।





