Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମରେ ପ୍ରତାରିତା ପୁଲିସ ଏସଆଇ, ପିଇଦେଲେ ବିଷ

by ସଞ୍ଜୟ ସ୍ୱାଇଁ
August 24, 2023
in Crime, State
ପ୍ରେମରେ ପ୍ରତାରିତା ପୁଲିସ ଏସଆଇ, ପିଇଦେଲେ ବିଷ
716
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ବିଷ ପିଇ ଗୁରୁତର ହୋଇ ପଡ଼ିଛନ୍ତି ମହିଳା ପୁଲିସ ଏସଆଇ । ସଇଁତଳା ଥାନାରେ କାର୍ଯ୍ୟରତ ଏସ. ଆଇ କାଜଲ ବାଗ ଗତ ରାତିରେ ବିଷ ପିଇ ଦେଇଥିବା ଜଣାପଡିଛି । ତେବେ କାଜଲ ବାଗ ପ୍ରେମରେ ପ୍ରତାରିତା ହେବା ପରେ ଏପରି ଚରମ ପଦକ୍ଷେପ ଉଠାଇଥିବା ଆଲୋଚନା ହେଉଥିବା ବେଳେ ଏନେଇ ପାଟି ଫିଟାଉନି ପୁଲିସ୍ । ଗତକାଲି ରାତିରେ ସଇଁତଳା ଗୋପବନ୍ଧୁନଗର ଭଡା ଘରେ କାହା ସହିତ ଫୋନରେ ପାଟିତୁଣ୍ଡ କରିଥିଲେ କାଜଲ । ତାପରେ ମଶାମରା ତେଲ ପିଇ ଦେଇଥିଲେ। ଅନ୍ୟଜଣେ କିଛି ପୁଲିସ କର୍ମଚାରୀ ପହଞ୍ଚି କାଜଲଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସଇଁତଳା ହସପିଟାଲ ଏବଂ ପରେ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି କରିଥିଲେ। ଭୀମଭୋଇ ମେଡିକାଲର ମେଡ଼ିସିନ ୱାର୍ଡରେ ଗତକାଲି ରାତି ଦୁଇଟାରେ କାଜଲଙ୍କୁ ଭର୍ତ୍ତି କରାଯାଇଥିଲା । ଘଟଣା ପ୍ରଘଟ ହେବା ଭୟରେ କାଜଲଙ୍କୁ ହସ୍ପିଟାଲରୁ ଅନ୍ୟ କେଉଁ ସ୍ଥାନକୁ ନେଇଥିବା ଚର୍ଚ୍ଚା ହେଉଛି । ଏସ.ଆଇ କାଜଲ ବାଗ ବିଷ ଖାଇବାର କାରଣ ଜଣାପଡ଼ିନାହିଁ । ଜଣେ ପୋଲିସ ବାବୁଙ୍କ ପ୍ରେମରେ ପଡି, ପ୍ରତାରଣାରୁ ବିଷ ପିଇଥିବା ଚର୍ଚ୍ଚା ଜୋର ଧରିଛି। ତେବେ ଏହି ଘଟଣାକୁ ଗୋପନ ରଖିବାକୁ ଜିଲ୍ଲା ପୁଲିସ୍ ବିଭାଗ ପକ୍ଷରୁ ଯଥା ସମ୍ଭବ ଚେଷ୍ଟା କରାଯାଉଛି। ଏପରିକି ଗଣମାଧ୍ୟମ ପ୍ରତିନିଧୀଙ୍କୁ କାଜଲ ବାଗଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ କୌଣସି ସୂଚନା ନ ଦେବାକୁ କଡ଼ାକଡ଼ି ଭାବେ କୁହାଯାଇଛି। ଏନେଇ କାଜଲ ବାଗଙ୍କ ପଡ଼ୋଶୀ କହିଛନ୍ତି, ଗତକାଲି ବିଳମ୍ବିତ ରାତିରେ କିଛି ପୁଲିସ୍ କର୍ମଚାରୀ ପହଞ୍ଚି କବାଟ ବାଡ଼େଇଲେ। ଏହାପରେ ସିଡି ପକାଇ ପ୍ରଥମ ମହଲାରେ ରହୁଥିବା କାଜଲ ବାଗଙ୍କ ନିକଟରୁ ଯାଇଥିଲେ। ସେଠାରୁ ସେମାନେ ତାଙ୍କୁ ଧରି ମେଡିକାଲ ନେଇ ଯାଇଥିଲେ। ମେଡିକାଲ ନେବା ବେଳେ କାଜଲଙ୍କ ଅବସ୍ଥା ଭଲ ନ ଥିବା କହିଛନ୍ତି ତାଙ୍କ ପଡ଼ୋଶୀ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!