Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସିଲା ନୂଆ କୋଭିଡ ଆଡଭାଇଜରି

by ସଞ୍ଜୟ ସ୍ୱାଇଁ
December 23, 2022
in Health, State
ଆସିଲା ନୂଆ କୋଭିଡ ଆଡଭାଇଜରି
422
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କୋଭିଡର ଭୟବହତା ପୁନର୍ବାର ବୃଦ୍ଧି ଘଟିଛି । ଚାଇନା ଠୁ ଭାରତ ସବୁଠି ଦେଖାଗଲାଣି କୋଭିଡର ଉତ୍ପାତ । ଏହାକୁ ଦୃଷ୍ଟିରେ ରଖି ନୂଆ ଆଡଭାଇଜରି ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ । ଗତ ୨ସପ୍ତାହ ଧରି ବିଦେଶରେ ବଢ଼ିଚାଲିଛି କରୋନା ସଂକ୍ରମଣ । ରାଜ୍ୟରେ ୨୦୨୨ ନଭେମ୍ବର ଯାଏ ଆକ୍ରାନ୍ତଙ୍କ ସଂଖ୍ୟା ସ୍ଥିର ରହିଛି । ହସ୍ପିଟାଲରେ ଜଣେ ବି କରୋନା ସଂକ୍ରମିତ ନଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଶାଳୀନ ପଣ୍ଡିତ । ରାଜ୍ୟରେ ୨୦୨୨ ନଭେମ୍ବର ଯାଏ ଆକ୍ରାନ୍ତଙ୍କ ସଂଖ୍ୟା ସ୍ଥିର ରହିଛି । ବର୍ତ୍ତମାନ ହସ୍ପିଟାଲରେ ଜଣେ ବି କରୋନା ସଂକ୍ରମିତ ନାହାଁନ୍ତି । ଓମିକ୍ରନର ନୂଆ ଭ୍ୟାରିଆଣ୍ଟ ଅଧିକ ସଂକ୍ରାମକ ହୋଇଛି । ICMR ଗାଇଡଲାଇନ ଅନୁସାରେ ରାଜ୍ୟରେ ଟେଷ୍ଟିଂ ଓ ସର୍ଭେଲାନ୍ସ ବଢ଼ାଯିବ । ବିମାନବନ୍ଦର ଓ ସାମୁଦ୍ରିକ ବନ୍ଦରରେ ସର୍ଭେଲାନ୍ସ ବଢ଼ାଯାଇଛି । କୋଭିଡ ପଜିଟିଭ ଚିହ୍ନଟ ହେଲେ ଜେନମ ସିକ୍ୟୁଏନ୍ସିଂ କରାଯାଉଛି । ସେହିପରି RMRC, ILS ମାଧ୍ୟମରେ ସମ୍ପୂର୍ଣ୍ଣ ଜେନମ ସିକ୍ୟୁଏନ୍ସିଂ କରାଯାଉଥିବା କହିଛନ୍ତି ଶାଳୀନ ପଣ୍ଡିତ । କଟକ, ବ୍ରହ୍ମପୁର, ବୁର୍ଲା ମେଡିକାଲରେ ୨୦ଟି ଲେଖାଏଁ ବେଡ୍ ପ୍ରସ୍ତୁତ ଅଛି । ଏହା ୨୦୨୩ ମାର୍ଚ୍ଚ ପର୍ଯ୍ୟନ୍ତ ଜାରି ରହିବ । ଆବଶ୍ୟକସ୍ଥଳେ ବେଡ୍ ସଂଖ୍ୟା ବୃଦ୍ଧି ପାଇଁ ପ୍ରଶାସନ ପ୍ରସ୍ତୁତ ଅଛି । ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସହ ପର୍ଯ୍ୟାପ୍ତ ଅକ୍ସିଜେନ ରହିଛି । ସବୁ ଡାକ୍ତରଖାନାରେ ୨୭ତାରିଖରୁ ହେବ ମକଡ୍ରିଲ୍ । ସବୁ ମେଡିକାଲରେ ମାନବ ସମ୍ବଳ, ପରିବହନ, ଔଷଧ, ଶଯ୍ୟା ରହିଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଶାଳୀନ ପଣ୍ଡିତ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!