Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମଲ ବ୍ୟାରେଜ୍ ବାସଚ୍ୟୁତଙ୍କ ସମସ୍ୟା ସମାଧାନ ସଂପର୍କିତ ବୈଠକ

by ସଞ୍ଜୟ ସ୍ୱାଇଁ
August 3, 2021
in Feature News
ସମଲ ବ୍ୟାରେଜ୍ ବାସଚ୍ୟୁତଙ୍କ ସମସ୍ୟା ସମାଧାନ ସଂପର୍କିତ ବୈଠକ
54
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା) : ଅନୁଗୋଳ ଜିଲ୍ଲା ସମଲ ବ୍ୟାରେଜ୍ ନଦୀବନ୍ଧ ଯୋଜନାରେ ପ୍ରଭାବିତ ପରିବାରଙ୍କ ବିଭିନ୍ନ ସମସ୍ୟାର ସମାଧାନ ସଂପର୍କରେ ଏକ ବୈ÷ଠକ ଓଡିଶା ବିଧାନ ସଭା ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା । ଏଥିରେ ରାଜ୍ୟ ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ତାଳଚେର ବିଧାୟକ ଶ୍ରୀ ବ୍ରଜକିଶୋର ପ୍ରଧାନ, ପାଲଲହଡା ବିଧାୟକ ଶ୍ରୀ ମୁକେଶ ମହାଲିଙ୍ଗ ଏବଂ ବାସଚ୍ୟୁତ ସଂଘର ପ୍ରତିନିଧିମାନେ ଯୋଗ ଦେଇଥିଲେ । ଉପ ବାଚସ୍ପତି ଶ୍ରୀ ସିଂହ ଏହି ପ୍ରସଙ୍ଗରେ ଆଲୋଚନା ଆରମ୍ଭ କରି କିପରି ସମସ୍ୟାର ଆଶୁ ସମାଧାନ ହୋଇପାରିବ, ସେ ସଂପର୍କରେ ଆବଶ୍ୟକ ପରାମର୍ଶ ଦେବା ସହ ଏ ଦିଗରେ ଜଳସମ୍ପଦ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବିଧାୟକ ଦ୍ୱୟ ମଧ୍ୟ ବିସ୍ଥାପିତମାନଙ୍କର ସମସ୍ୟା ପ୍ରତି ଦୃଷ୍ଟି ଦେଇ ସମାଧାନ ପାଇଁ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ବାସଚ୍ୟୁତମାନଙ୍କ ଦୀର୍ଘ ଦିନରୁ ରହିଥିବା ସମସ୍ୟା ସମାଧାନରେ ବିଳମ୍ବିତ ହୋଇଥିବାରୁ ଏ ସଂପର୍କରେ ଆଗାମୀ ଦିନରେ ଏକ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ନିଷ୍ପତି ନିଆଯାଇ ତାହାକୁ କାର୍ଯ୍ୟକାରୀ କରାଯିବାକୁ ବୈ÷ଠକରେ ସର୍ବ ସମ୍ମତି ପ୍ରକାଶ ପାଇଥିଲା । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜଳ ସଂପଦ ବିଭାଗର ପୁନର୍ବାସ ଓ ଥଇଥାନ( ରିହାବିଲିଟେସନ ଓ ରିସେଟଲମେଣ୍ଟ) ନିର୍ଦ୍ଦେଶକ ଶ୍ରୀ ରାଜେନ୍ଦ୍ର କୁମାର ପଟ୍ଟନାୟକ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ବିଶ୍ୱଜିତ୍ ବିଶ୍ୱାଳ, ସର୍ବୋଚ୍ଚ ଯନ୍ତ୍ରୀ(ଯୋଜନା ଓ ନକ୍ସାଙ୍କନ) ଇଂ. ବିଜୟ କୁମାର ମିଶ୍ର, ସମଲ ବ୍ୟାରେଜ ପ୍ରକଳ୍ପ ମୁଖ୍ୟଯନ୍ତ୍ରୀ, ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ ଏବଂ ଭୂ-ଅଧିଗ୍ରହଣ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!