Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ବଲପୁର ଚିଡିଆଖାନା ହେବ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ

by ସଞ୍ଜୟ ସ୍ୱାଇଁ
May 25, 2025
in State
ସମ୍ବଲପୁର ଚିଡିଆଖାନା ହେବ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ
54
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭୋରରୁ ସମ୍ବଲପୁର ଚିଡିଆଖାନା ପରିଦର୍ଶନ କରିଛନ୍ତି । ଏହାସହ ଏହାକୁ ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ କରିବା ପାଇଁ ଯୋଜନା କରାଯିବ ବୋଲି କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଚିଡିଆଖାନାରେ ଜୀବ ଉଦ୍ୟାନ ଓ ଉଦ୍ଭିଦ ଉଦ୍ୟାନ ବୁଲିବା ସହ ସାଧାରଣ ଲୋକଙ୍କ ସହ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା କରିଥିଲେ । ସମ୍ବଲପୁର ଚିଡ଼ିଆଖାନାର ବିଭିନ୍ନ ସମସ୍ୟା ଓ ନୂଆ ଜୀବଜନ୍ତୁ ଅଣାଯିବା ନେଇ ଚିଡିଆଖାନା ବନ ବିଭାଗ ଓ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ସମ୍ବଲପୁର ଚିଡିଆଖାନାକୁ ନନ୍ଦନକାନନ ଢଙ୍ଗରେ ନୂଆ ରୂପ ଦେବା ପାଇଁ ଯୋଜନା ପ୍ରସ୍ତୁତ କରାଯିବ । ଏହାକୁ ବଡ କରିବା ସହ ପର୍ଯ୍ୟଟକଙ୍କ ସୁବିଧା ବଢାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ଆଲୋଚନା କରାଯିବ । ସହରରେ ପ୍ରକୃତି ପ୍ରତି ନୂଆପିଢିଙ୍କୁ ଆକୃଷ୍ଟ କରାଇବା ପାଇଁ ଉଦ୍ୟମ କରାଯିବ । ଚିଡିଆଖାନାକୁ ଆସୁଥିବା ପର୍ଯ୍ୟଟକଙ୍କୁ ଉତ୍ତମ ବ୍ୟବହାର ସହ ଚିଡ଼ିଆଖାନାର କର୍ମଚାର ମାନଙ୍କୁ ଭଲ ଭାବେ ତାଲିମ ଦେବା ପାଇଁ ପରାମର୍ଶ ଦେଇଥିଲେ ଧର୍ମେନ୍ଦ୍ର ପ୍ରଧାନ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ‘ବିଶ୍ୱ ପରିବେଶ ଦିବସ’ ଅବସରରେ “ମା’ ପାଇଁ ଗଛଟିଏ” ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିନବ ଅଭିଯାନରେ ସାମିଲ ହେବା ପାଇଁ ସେ ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ସମ୍ବଲପୁରକୁ ସବୁଜ ସହରରେ ପରିଣତ କରାଯିବ । ଏଥିପାଇଁ ୩ ମାସରେ ୧ ଲକ୍ଷରୁ ଅଧିକ ଗଛ ଲାଗିବ । ବିଶ୍ୱ ପରିବେଶ ଦିବସ ଜୁନ୍ ୫ରୁ, ଜୁଲାଇ ଓ ଅଗଷ୍ଟ ମାସ ପର୍ଯ୍ୟନ୍ତ ଗଛ ଲାଗିବ । ଜିଲ୍ଲା ପ୍ରଶାସନ ଓ ବନ ବିଭାଗ ସହ ଏହି ଅଭିଯାନରେ ବହୁ ସାମାଜିକ ସଂଗଠନ, ବୁଦ୍ଧିଜୀବୀ, ମାତୃଶକ୍ତି, ସ୍କୁଲ କଲେଜର ଛାତ୍ରଛାତ୍ରୀମାନେ ସାମିଲ ହେବେ । ବୃକ୍ଷରୋପଣ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରାଯିବ । ଆମର ପରିବେଶକୁ ଆହୁରି ସ୍ୱଚ୍ଛ ଓ ସୁନ୍ଦର କରିବା ପାଇଁ ସମସ୍ତେ ଗୋଟିଏ ଗୋଟିଏ ଗଛ ଲଗାଇବା ସହ ତାର ଯତ୍ନ ନେବା ଦରକାର ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!