Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ବଲପୁର ଡବଲ ମର୍ଡର କେସ, ୩ ଦିନିଆ ରିମାଣ୍ଡରେ ଯିବ ଅଭିଯୁକ୍ତ

by ସଞ୍ଜୟ ସ୍ୱାଇଁ
January 7, 2025
in Crime, State
ସମ୍ବଲପୁର ଡବଲ ମର୍ଡର କେସ, ୩ ଦିନିଆ ରିମାଣ୍ଡରେ ଯିବ ଅଭିଯୁକ୍ତ
86
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା) : ସମ୍ବଲପୁର କଣ୍ଟାପାଲିରେ ହାଇୱା ମଡ଼ାଇ ୨ ବିଜେପି ନେତାଙ୍କୁ ହତ୍ୟା ମାମଲା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ମାମଲାରେ ଅଭିଯୁକ୍ତ ଡ୍ରାଇଭରକୁ ୩ ଦିନିଆ ରିମାଣ୍ଡରେ ନେବ ପୁଲିସ। ଗିରଫ ଅଭିଯୁକ୍ତ ଡ୍ରାଇଭର ପ୍ରସନ୍ନ ଜେନାମଣି ବାରମ୍ବାର ନିଜ ବୟାନ ବଦଳାଉଥିବା ବେଳେ, ସତ ଆଦାୟ କରିବାକୁ ୭ ଦିନିଆ ରିମାଣ୍ଡ ପାଇଁ କୋର୍ଟରେ ଆବେଦନ କରିଥିଲା ବୁର୍ଲା ପୁଲିସ। ତେବେ ୩ ଦିନ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି JMFC କୋର୍ଟ । ଗତରାତିରେ ଅଭିଯୁକ୍ତ ଡ୍ରାଇଭରକୁ କୋର୍ଟଚାଲାଣ କରାଯାଇଥିଲା। ଡ୍ରାଇଭରଜଣକ କ’ଣ ପାଇଁ ଏପରି ଏକ ସୁଚିନ୍ତିତ ହତ୍ୟାକାଣ୍ଡ ଘଟାଇଲେ, ଘଟଣା ବେଳେ ତାଙ୍କ ସହ କିଏ ଥିଲେ କି ? ବିଜେପି ନେତାଙ୍କୁ ହତ୍ୟା ପାଇଁ କାହାଠୁ ସୁପାରୀ ପାଇଥିଲା କି ଡ୍ରାଇଭର ? ଡବଲ ମର୍ଡର ପଛରେ ବେଆଇନ୍ ଫ୍ଲାଇ ଆସ୍ ପରିବହନକୁ ବିରୋଧ, ଏକ କାରଣ ନୁହେଁ ତ ? ନା ମୃତ ଦେବେନ୍ଦ୍ର କିମ୍ବା ଗାଡ଼ିରେ ଥିବା ଅନ୍ୟ ୫ ବିଜେପି ନେତା, ଅନ୍ୟ କେଉଁ କାରଣ ପାଇଁ କାହାର ଟାର୍ଗେଟରେ ଥିଲେ କି ? ରାସ୍ତାରେ ସାଇଡ୍ ମରାକୁ ନେଇ ହାଇୱା ଡ୍ରାଇଭର ସହ ଟକରା ଟକରି ହତ୍ୟା ପଛର କାରଣ ନୁହେଁ ତ ? ଏ ତମାମ ଦିଗକୁ ନେଇ ତଦନ୍ତ ଜାରି ଥିବା ବେଳେ, ୩ ଦିନିଆ ରିମାଣ୍ଡ ବେଳେ ଅଭିଯୁକ୍ତକୁ ଘାଣ୍ଟିବ ପୋଲିସ। ସତ ଆଦାୟ କରିବାକୁ ଚେଷ୍ଟା କରିବ । ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥର କଣ୍ଟାପାଲି ଓଭରବ୍ରିଜ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ କାରକୁ ହାଇୱା ଧକ୍କା ଦେବାରୁ ୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଥିଲେ। ମୃତକ ଦ୍ୱୟ ହେଲେ ଦଳର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!