Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା:୧୧ରେ ନୂଆଗାଁ ବ୍ଲକ ଅଡିସନ

by ସଞ୍ଜୟ ସ୍ୱାଇଁ
April 9, 2026
in Literature, Nayagarh
ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା:୧୧ରେ ନୂଆଗାଁ ବ୍ଲକ ଅଡିସନ
186
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସଙ୍ଗୀତଧାରା ପକ୍ଷରୁ ଆୟୋଜିତ ସିଜିନ-୩ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ନୂଆଗାଁ ବ୍ଲକ ଅଡିସନ ଆସନ୍ତା ୧୧ ତାରିଖ ଶନିବାର ଦିନ ଯୁକ୍ତ ଦୁଇ କଲେଜ(ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ) ପରିସରରେ ଅନୁଷ୍ଠିତ ହେବ। ଏ ନେଇ ସଙ୍ଗୀତଧାରା ସମ୍ପାଦକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସୂଚନାନୁସାରେ, ନୟାଗଡ଼ ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ନୟାଗଡ଼ ‘ସଙ୍ଗୀତଧାରା’ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ପ୍ରତିଯୋଗିତା ଜିଲ୍ଲାର ସମସ୍ତ ବ୍ଲକରେ ଅନୁଷ୍ଠିତ ହେଉଅଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ରବିବାର ପୂର୍ବାହ୍ନ ସାଢ଼େ ୧୦ଟା ସମୟରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ନିଆଯିବ।  ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଏହି ପ୍ରତିଯୋଗିତାରେ ଭାଗ ନେଇ  ପାରିବେ। ପ୍ରତିଯୋଗୀ ମାନେ ସକାଳ ସାଢ଼େ ୧୦ଟାରେ  ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ନାମ ପଞ୍ଜିକରଣ କରିବେ।  ସଙ୍ଗୀତଧାରା ନିଷ୍ପତ୍ତି ଅନୁଯାୟୀ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ  ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ ସ୍ଥାନ ଅକ୍ତିଆର କରିଥିବା ପ୍ରତିଯୋଗୀକୁ ୫ହଜାର ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୩ ହଜାର ଅର୍ଥରାଶି ପୁରସ୍କାର ପ୍ରଦାନ କରାଯିବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!