Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଂସଦ ଓ ବିଧାୟକଙ୍କ ଦ୍ୱାରା ଭିତ୍ତି ସ୍ଥାପନ

by ସଞ୍ଜୟ ସ୍ୱାଇଁ
June 4, 2025
in Nayagarh, State
ସାଂସଦ ଓ ବିଧାୟକଙ୍କ ଦ୍ୱାରା ଭିତ୍ତି ସ୍ଥାପନ
222
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସଦରବ୍ଲକ ଅନ୍ତର୍ଗତ ନୟାଗଡ଼ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟକୁ ପିଏମ୍ ଶ୍ରୀ ମାନ୍ୟତା ମିଳିଛି । ସେହିଭଳି ଭାବେ ଲାଠିପଡ଼ା ଉଚ୍ଚ ବିଦ୍ୟାଳୟକୁ ପିଏମ ଶ୍ରୀ ମାନ୍ୟତା ମିଳିଛି । ଆଜି ଏହି ଦୁଇ ବିଦ୍ୟାଳୟକୁ ପିଏମ୍ ଶ୍ରୀ ଯୋଜନାରେ ମିଳିଥିବା ଅନୁଦାନ କାର୍ଯ୍ୟ କରିବା ପାଇଁ ଭିତ୍ତି ସ୍ଥାପନ ହୋଇଛି । ନୟାଗଡ଼ ପଞ୍ଚାୟତ ସମିତି ଆନୁକୁଲ୍ୟରେ ହେବାକୁ ଥିବା ଏହି କାର୍ଯ୍ୟକୁ ପୁରୀ ସାଂସଦ ସମ୍ବିତ ପାତ୍ର ଏବଂ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଅତିଥି ଭାବେ ଯୋଗଦେଇ ଭିତ୍ତି ସ୍ଥାପନ କରିଛନ୍ତି । ଏହା ସହିତ ଲାଠିପଡ଼ା ଗ୍ରାମ ପଞ୍ଚାୟତ ଜିପିଏଲ୍ଏଫ୍ କୋଠା ନିର୍ମାଣ ପାଇଁ ମଧ୍ୟ ଭିତ୍ତି ସ୍ଥାପନ ହୋଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ବିଡିଓ ଐଶୋର୍ଯ୍ୟା ଭୁୟାଁଙ୍କ ସମେତ ସମସ୍ତ ବ୍ଲକ କର୍ମଚାରୀ ଉପସ୍ଥିତ ରହିଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!