Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଲାଇ ମାସରେ ଆରମ୍ଭ ହୋଇପାରେ ସଂସଦର ମୌସୁମୀ ଅଧିବେଶନ

by ସଞ୍ଜୟ ସ୍ୱାଇଁ
June 9, 2021
in NATIONAL NEWS
ଜୁଲାଇ ମାସରେ ଆରମ୍ଭ ହୋଇପାରେ ସଂସଦର ମୌସୁମୀ ଅଧିବେଶନ
75
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଏଥର ସ୍ବାଭାବିକ ସମୟ ନିର୍ଘଣ୍ଟ ଅନୁଯାୟୀ ଜୁଲାଇ ମାସରେ ସଂସଦର ମୌସୁମୀ ଅଧିବେଶନ ବସିବ ବୋଲି ଆଶାବାଦୀ ଥିବା କଥା ମଙ୍ଗଳବାର ଦିନ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି। ଗଣମାଧ୍ୟମକୁ ଯୋଶୀ କହିଛନ୍ତି, ସ୍ବାଭାବିକ ସମୟ ସାରଣୀ ଅନୁସାରେ ଜୁଲାଇ ମାସରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ ବୋଲି ମୋର ଆଶା। ଅନ୍ୟ ସୂତ୍ରରୁ ପ୍ରାପ୍ତ ରିପୋର୍ଟ ଅନୁସାରେ, ଏ ବର୍ଷ କି ଉପାୟରେ ମୌସୁମୀ ଅଧିବେଶନ ବସିବ ସେ ସଂକ୍ରାନ୍ତରେ ଏବେ ବି ବିଚାରବିମର୍ଶ ଚାଲିଛି। ଅଧିକାଂଶ ସାଂସଦ, ଉଭୟ ଲୋକସଭା ଏବଂ ରାଜ୍ୟସଭା ସଚିବାଳୟର କର୍ମଚାରୀ ଏବଂ ଅନ୍ୟ ବିଭାଗୀୟ କର୍ମଚାରୀମ‌ାନେ କୋଭିଡି-୧୯ ଟିକାର ପ୍ରଥମ ଡୋଜ୍‌ ନେଇ ସାରିଥିବାରୁ ଆଗାମୀ ମାସରେ ସଂସଦୀୟ ଅଧିବେଶନ ବସିବ ବୋଲି ସରକାରୀ କର୍ତ୍ତୃପକ୍ଷମାନେ କହୁଛନ୍ତି।ଏହାଛଡ଼ା, ଜୁନ୍‌ ତୃତୀୟ ସପ୍ତାହରୁ ‘ପାର୍ଲାମେଣ୍ଟାରି ଷ୍ଟାଣ୍ଡିଙ୍ଗ୍‌ କମିଟି’ ଅଧିବେଶନର ମଧ୍ୟ ପୁନରାରମ୍ଭ ହେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, କୋଭିଡ୍-୧୯ ଅବସ୍ଥା ଯୋଗୁଁ ୨୦୨୦ରେ ସଂସଦର ମୌସୁମୀ ଅଧିବେଶନ ସେପ୍ଟେମ୍ବର ଆରମ୍ଭ ହୋଇଥିଲା ଏବଂ ଶୀତ ଅଧିବେଶନ ଅନୁଷ୍ଠିତ ହୋଇ ପାରି ନ ଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!