Thursday, March 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟସ୍ତରୀୟ ସଂସ୍କୃତ ୱେବିନାର ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
October 12, 2020
in Nayagarh
ରାଜ୍ୟସ୍ତରୀୟ ସଂସ୍କୃତ ୱେବିନାର ଅନୁଷ୍ଠିତ
174
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ସଂପ୍ରତି କରୋନାଭଳି ମହାମାରୀ ସମୟରେ ପ୍ରାଥମିକ ସ୍ତରଠାରୁ ଉଚ୍ଚ ସ୍ତର ପର୍ଯ୍ୟନ୍ତ ଶିକ୍ଷା ବ୍ୟବସ୍ଥା ସଂପୂର୍ଣ୍ଣ ଠପ୍ ହୋଇଯାଇଛି । ଏଭଳି ସ୍ଥିତିରେ ନୟାଗଡ ଜିଲ୍ଲା ରାଜସୁନାଖଳା ମହାବିଦ୍ୟାଳୟ ଏବଂ ମଙ୍ଗଳା ମହାବିଦ୍ୟାଳୟ କାକଟପୁୁରର ମିଳିତ ଆନୁକୂଲ୍ୟରେ ଏକ ରାଜ୍ୟସ୍ତରୀୟ ସଂସ୍କୃତ ୱେବିନାର “ମାହେଶ୍ୱର ସୂତ୍ର ବିମର୍ଷ’ ଶିର୍ଷକ ବିଷୟ ବିନ୍ଦୁ ଉପରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଦୁର୍ଗାପ୍ରସାଦ ରଥଙ୍କ ବେଦ ପାଠ ପରେ ଶରଣକୂଳ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ କୁମାର ରଥ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱ ବିଦ୍ୟାଳୟ ପୁରୀର ପ୍ରାକ୍ତନ କୁଳପତି ପ୍ରଫେସର ରାଧାମାଧବ ଦାଶ ଯୋଗଦେଇ ସଂସ୍କୃତ ବ୍ୟାକରଣରେ ମାହେଶ୍ୱର ସୂତ୍ରର ଶାସ୍ତ୍ରୀୟ ବୈଶିଷ୍ଟ୍ୟ ବିଷୟରେ ଆଲୋକପାତ କରିଥିଲେ । ରାଜସୁନାଖଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ପରିଡା ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଂସ୍କୃତ ୱେବିନାରରେ କାକଟପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. କାଳୀଚରଣ ପଟ୍ଟନାୟକ ସଂସ୍କୃତ ଭାଷାର ମହତ୍ୱ ସମ୍ବନ୍ଧରେ ଆଲୋଚନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ସଂସ୍କୃତ ବିଭାଗର ବିଭାଗୀୟ ମୁଖ୍ୟା ସୁରମା ଷଡଙ୍ଗୀ ସଂଯୋଜନା କରିଥିବା ବେଳେ କାକଟପୁର ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପିକା ଡଃ. ମାନସୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଗୁଗୁଲ୍ ମିଟ୍ ମାଧ୍ୟମରେ ଶତାଧିକ ସଂସ୍କୃତ ପ୍ରେମୀ ଉକ୍ତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!