Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରପଞ୍ଚଙ୍କୁ ହତ୍ୟା ଧମକ ମହଙ୍ଗା ପଡ଼ିଲା

by ସଞ୍ଜୟ ସ୍ୱାଇଁ
May 18, 2025
in Crime, State
ସରପଞ୍ଚଙ୍କୁ ହତ୍ୟା ଧମକ ମହଙ୍ଗା ପଡ଼ିଲା
66
VIEWS
Share on FacebookShare on Twitter

ବଡ଼ଗାଁ, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ପଞ୍ଚାୟତର ସରପଞ୍ଚ ସାଇବାନୀ ଲାକ୍ରାଙ୍କୁ ଗାଳିଗୁଲଜ କରିବା ଏବଂ ଜୀବନରୁ ମାରିଦେବାକୁ ଧମକ ଦେବା ଘଟଣାରେ ସେହି ଗ୍ରାମର ଜଣେ ବ୍ୟକ୍ତି ଓ ତାଙ୍କ ପୁଅଙ୍କୁ ଶନିବାର ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ବାପା ବୃଷଭ ଗନ୍ଧା ଓ ତାଙ୍କ ପୁଅ ତରୁଣ ଗନ୍ଧା। ଏନେଇ ପୋଲିସ ଏକ ମାମଲା ରୁଜୁ କରିଛି। ଅଭିଯୋଗ ଅନୁଯାୟୀ, ଗ୍ରାମରେ ଥିବା ଏକ ସରକାରୀ ପୋଖରୀକୁ ବୃଷଭ ନିଜର ରୟତି ଜମିରେ ଥିବା କହି ଦାବି କରୁଛନ୍ତି। ହେଲେ ଆବଶ୍ୟକ କାଗଜପତ୍ର ଦେଖାଇ ପାରୁନାହାନ୍ତି। ପଞ୍ଚାୟତ ପକ୍ଷରୁ ମାଛ ଚାଷ ପାଇଁ ନିଲାମ ହେବାରୁ ସେମାନେ ସରପଞ୍ଚ ସାଇବାନୀ ଲାକ୍ରାଙ୍କ ଘରକୁ ଯାଇ କିଛିଦିନ ହେଲା ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ସହ ଗ୍ରାମ ରାସ୍ତାରେ ଯାଉଥିବାବେଳେ ମଧ୍ୟ ଗାଳି ଧମକ ଦେଉଥିଲେ। ଗତ ୧୬ ତାରିଖ ଶୁକ୍ରବାର ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମାଜିକ ସମୀକ୍ଷା ବୈଠକରେ ମଧ୍ୟ ସରପଞ୍ଚଙ୍କୁ ଗାଳିଗୁଲଜ କରିଥିଲେ। ଏନେଇ ବଡ଼ଗାଁ ଥାନାରେ ଅଭିଯୋଗ ହୋଇଥିଲା। ଥାନା ଆଇଆଇସି ବାଲୁଙ୍କେଶ୍ବର ନାଏକ ଘଟଣାର ତଦନ୍ତ କରି ଉଭୟ ବାପ ପୁଅଙ୍କୁ ଗିରଫ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!