ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଆଜି ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯକ୍ରମ ର ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଛି । ମୂଖ୍ୟ ଅତିଥି ରୂପେ ପ୍ରଜାମଣ୍ଡଳ ମହିଳା ମହା ବିଦ୍ୟାଳୟର ଶିକ୍ଷା ବିଭାଗୀୟ ମୁଖ୍ୟ କୃପାସିନ୍ଧୁ କରନ୍ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ । ପ୍ରଧ।ନଚ।ର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ ଅତିଥି ଅଧିକାରୀଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯକ୍ରମ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।

ମୁଖ୍ୟ ଅତିଥି ଆଜିର ଆଲୋଚ୍ୟ ବିଷୟ ଶିଶୁଙ୍କ ଶାରୀରିକ ଓ ମାନସିକ ଆବଶ୍ୟକତା ଓ ପରିବାରରେ ଆହାର ଓ ବିହାର ବ୍ୟବସ୍ଥା ବିଷୟରେ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ । ଅନୁଷ୍ଠାନର ସଭାପତି କେଶବ ଚନ୍ଦ୍ର ରାଉତରାୟ ଧନ୍ୟ ବାଦ ଅର୍ପଣ କରିଥିଲେ । କାର୍ଯକ୍ରମଟି ବିଦ୍ୟାଳୟର ସମ୍ପାଦକ ଭାସ୍କର ଚନ୍ଦ୍ର ସାହୁ, ସମସ୍ତ ଗୁରୁଜୀ ଗୁରୂମା ଓ ପରିଚାଳନା ସମିତି ଓ ସେବକ ସେବିକ। ଙ୍କ ସହଯୋଗ ରେ ସମ୍ପନ୍ନ ହୋଇଥିଲା ।ଉକ୍ତ କାର୍ଯକ୍ରମ ରେ ମୋଟ ଜଣ ୫୦ ଅଭିଭାବକ ଓ ଅଭିଭାବକ। ଉପସ୍ଥିତ ଥିଲେ । ପରିଶେଷରେ ଛୋଟ ଶିଶୁ ଭାଇ ଭଉଣୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯକ୍ରମ କରାଯାଇଥିଲା ।





