Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଂସଦରେ ମହିଳା ସଂରକ୍ଷଣ ଦାବି ଦୋହରାଇଲା ବିଜେଡି

by ସଞ୍ଜୟ ସ୍ୱାଇଁ
July 26, 2023
in NATIONAL NEWS, Politics, State
ସଂସଦରେ ମହିଳା ସଂରକ୍ଷଣ ଦାବି ଦୋହରାଇଲା ବିଜେଡି
83
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କ ଲାଗି ୩୩ ପ୍ରତିଶତ ସିଟ୍ ସଂରକ୍ଷଣ ଦାବି ପୁଣି ଦୋହରାଇଛି ବିଜେଡି । ରାଜ୍ୟସଭାରେ ମହିଳା ସଂରକ୍ଷଣ ଦାବି ଉଠାଇଛନ୍ତି ବିଜେଡି ସାଂସଦ ଡ. ସସ୍ମିତ ପାତ୍ର । ସଶକ୍ତ ଭାରତ ଲାଗି ମହିଳାଙ୍କ ପ୍ରତିନିଧିତ୍ୱକୁ ବିଜେଡି ଅଗ୍ରାଧିକାର ଦେଇଆସୁଛି । କେନ୍ଦ୍ର ସରକାର ଏହାକୁ ନେଇ ପ୍ରତିଶ୍ରୁତି ରକ୍ଷା କରୁନାହାଁନ୍ତି । ଅନ୍ୟପଟେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ନିକଟରେ ବାରମ୍ବାର ଦାବି କରିଆସୁଛନ୍ତି । ୨୦୧୯ରେ ମୁଖ୍ୟମନ୍ତ୍ରୀ ୩୩ ପ୍ରତିଶତ ଲୋକସଭା ଟିକେଟ ମହିଳାଙ୍କୁ ଦେଇ ଐତିହାସିକ ପଦକ୍ଷେପ ନେଇଥିଲେ । ସେହିପରି ବିଜେଡି ପ୍ରତିନିଧି ମଣ୍ଡଳ ବିଭିନ୍ନ ରାଜନୈତିକ ଦଳଙ୍କୁ ବୁଝାଇ ସମର୍ଥନ ମାଗିଥିଲେ । ବିଜେଡିର ଏହି ପଦକ୍ଷେପକୁ ଅନେକ ରାଜନୈତିକ ଦଳ ସମର୍ଥନ ଦେଇଥିଲେ । ତା ସତ୍ତ୍ବେ ମଧ୍ୟ ଏଯାଏଁ ମହିଳା ସଂରକ୍ଷଣ ବିଲ ପାସ୍ ହୋଇପାରିଲାନି । ତେଣୁ ତୁରନ୍ତ ମହିଳା ସଂରକ୍ଷଣ ବିଲ୍ ପାରିତ ନେଇ ରାଜ୍ୟସଭାରେ ଦାବି ଦୋହରାଇଛନ୍ତି ସସ୍ମିତ । ଏହାଦ୍ବାରା ଦେଶକୁ ସଶକ୍ତ ମହିଳା ପ୍ରତିନିଧି ମିଳିବା ସହ ୬୬ କୋଟି ମହିଳାଙ୍କ ସ୍ବପ୍ନ ପୂରଣ ହେବ ବୋଲି ସେ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!