Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୬ରୁ ନବମ ଶ୍ରେଣୀ ପିଲାଙ୍କ କ୍ଲାସ୍‌ରୁମ୍‌ ପାଠପଢ଼ା

by ସଞ୍ଜୟ ସ୍ୱାଇଁ
August 2, 2021
in Education, State
ଖରାପାଇଁ ସକାଳୁଆ ଖୋଲିବ ସ୍କୁଲ
142
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ କଲେଜ ଓ ବିଶ୍ୱବିଦ୍ୟାଳୟ ସମେତ ବିଭିନ୍ନ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡିକ ଖୋଲିବା ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ଏଥିରେ ଶିକ୍ଷାନୁଷ୍ଠାନ କେବେଠୁ ଓ କେମିତି ଖୋଲିବ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ସେହିପରି ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ମଧ୍ୟ ବିଭାଗୀୟ ଅଧିକାରୀ ଆଲୋଚନା ଜାରି ରଖିଛନ୍ତି । ଇଞ୍ଜିନିୟରିଂ କଲେଜ, ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲିବା ଦିଗରେ ବିଭାଗ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ ।ତେବେ ୟୁଜି ଓ ପିଜି ଶେଷ ବର୍ଷର ପିଲାଙ୍କ ପରୀକ୍ଷା ଅନଲାଇନ୍‌ରେ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିବାରୁ ସମାନଙ୍କ ପରୀକ୍ଷା ଅଗଷ୍ଟ ଶେଷ ସୁଦ୍ଧା ସରିବ। ଶିକ୍ଷାନୁଷ୍ଠାନ ଖୋଲିଲେ ବି ସେମାନଙ୍କ ପରୀକ୍ଷା ଅନଲାଇନ୍‌ରେ ହେବ ବୋଲି ବିଭାଗୀୟ ଅଧିକାରୀ କହିଛନ୍ତି । ଅପରପକ୍ଷରେ ପ୍ରଥମରୁ ଅଷ୍ଟମ ଓ ଏକାଦଶ ଖୋଲିବା ନେଇ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତର୍ଜମା କରୁଛି । ତେବେ ଆସନ୍ତା ୧୬ରୁ ନବମ ଶ୍ରେଣୀ କ୍ଲାସ୍‌ରୁମ୍‌ ପାଠପଢ଼ା ହେବାକୁ ନିଷ୍ପତ୍ତି ହୋଇଛି ବୋଲି ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!