Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପାଇଁ ଓମ୍ବାଡିସି ପାଣ୍ଠିରୁ ୫୩୩ କୋଟି ୪୦ ଲକ୍ଷ ଟଙ୍କାର ପ୍ରକଳ୍ପ ମଂଜୁରୀ

by ସଞ୍ଜୟ ସ୍ୱାଇଁ
September 28, 2021
in Feature News
ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପାଇଁ  ଓମ୍ବାଡିସି ପାଣ୍ଠିରୁ ୫୩୩ କୋଟି ୪୦ ଲକ୍ଷ ଟଙ୍କାର ପ୍ରକଳ୍ପ ମଂଜୁରୀ
130
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ, ଓମ୍ବାଡିସିର ମୁଖ୍ୟ ନିର୍ବାହୀ ଅଧିକାରୀ ଉମାନାନ୍ଦୁରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଉପସ୍ଥିତିରେ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକର ନିଷ୍ପତ୍ତି ଅନୁଯାୟୀ ହାଇସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଅଧୀନରେ ନୂତନ ଭାବେ ୮୮୯ ସ୍କୁଲ ପାଇଁ ୫୩୩ କୋଟି ୪୦ ଲକ୍ଷ ଟଙ୍କାର ନୂତନ ପ୍ରକଳ୍ପ ଅନୁମୋଦନ ପାଇଁ ଓମ୍ବାଡିସିଙ୍କୁ ପ୍ରେରଣ କରାଯାଇଥିଲା । ଓମ୍ବାଡିସି ବୋର୍ଡ କମିଟି ଦ୍ୱାରା ଗୃହୀତ ହୋଇଥିଲା ଏବଂ ୫୩୩ କୋଟି ୪୦ ଲକ୍ଷ ଟଙ୍କା ଓମ୍ବାଡିସି ବୋର୍ଡ ଦ୍ୱାରା ସର୍ବସମ୍ମତି କ୍ରମେ ଗୃହୀତ ହୋଇଥିଲା । ଏହା ଦ୍ୱାରା ଆଦିବାସୀ ଓ ଉପାନ୍ତ ଅଞ୍ଚଳରେ ଛାତ୍ରଛାତ୍ରୀ ଆନନ୍ଦଦାୟକ ଶିକ୍ଷା ପାଇପାରିବେ । ବୈଠକର ନିଷ୍ପତ୍ତି ଅନୁଯାୟୀ ଅନୁଗୋଳ ଜିଲ୍ଲାର ୧୬ଟି ସ୍କୁଲ ପାଇଁ ୯ କୋଟି ୬୦ ଲକ୍ଷ ଟଙ୍କା, ଦେବଗଡ଼ର ୪୭ ସ୍କୁଲ ପାଇଁ ୨୮ କୋଟି ୨୦ ଲକ୍ଷ ଟଙ୍କା, ଢେଙ୍କାନାଳ ଜିଲ୍ଲାର ୧୭ଟି ସ୍କୁଲ ପାଇଁ ୧୦ କୋଟି ୨୦ ଲକ୍ଷ ଟଙ୍କା, ଯାଜପୁର ଜିଲ୍ଲାର ୧୯୫ ସ୍କୁଲ ପାଇଁ ୧୧୭ କୋଟି ଟଙ୍କା, ଝାରସୁଗୁଡ଼ା ଜିଲ୍ଲାର ୮୦ଟି ସ୍କୁଲ ପାଇଁ ୪୮ କୋଟି ଟଙ୍କା, ମୟୂରଭଞ୍ଜ ଜିଲ୍ଲାର ୩୩୯ଟି ସ୍କୁଲ ପାଇଁ ୨୦୩ କୋଟି ୪୦ ଲକ୍ଷ ଟଙ୍କା ଏବଂ ସୁନ୍ଦରଗଡ଼ ଜିଲ୍ଲାର ୧୯୫ଟି ସ୍କୁଲ ପାଇଁ ୧୧୭ କୋଟି ଟଙ୍କା ହାଇସ୍କୁଲ ରୂପାନ୍ତରୀକରଣ ପାଇଁ ମଂଜୁର ହୋଇଛି । ପ୍ରତି ସ୍କୁଲ ପାଇଁ ୬୦ ଲକ୍ଷ ଟଙ୍କାର ବ୍ୟୟ ଅଟକଳ କରାଯାଇଥିବାବେଳେ ଏହି ସ୍କୁଲଗୁଡ଼ିକରେ ସ୍ମାର୍ଟ କ୍ଲାସ୍‌ରୁମ୍‌, ବିଜ୍ଞାନାଗାର, ଇ-ପାଠାଗାର, ସ୍କୁଲ ପରିବେଶର ଉନ୍ନତିକରଣ, ପୁରାତନ ଛାତ୍ର ସଂଘ ଏବଂ ସ୍କୁଲ ପରିଚାଳନା କମିଟି ଦ୍ୱାରା ସ୍କୁଲ ପରିଚାଳନା ଓ ପିଲାମାନଙ୍କ ଦକ୍ଷତା ବିକାଶ ପରିଚାଳନା ଆଦି ଏହି ଅର୍ଥରୁ ଭରଣା କରାଯିବ । ସେହିପରି ସ୍ମାର୍ଟ ବୋର୍ଡ, ଡିଜିଟାଲ୍‌ କ୍ଲାସ୍‌ ରୁମ୍‌ ପାଇଁ ଆବଶ୍ୟକୀୟ ଉପକରଣ ପରି ଆଇ.ସି.ଟି ଉପକରଣ, ସ୍କୁଲ ମୁଖ୍ୟଦ୍ୱାରର ପରିବର୍ତ୍ତନ, ଖେଳପଡ଼ିଆର ଉନ୍ନତିକରଣ, ପାଠ୍ୟଖସଡ଼ାର ଉନ୍ନତିକରଣ, ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ତାଲିମ ଆଦି ପାଇଁ ମଧ୍ୟ ଏହି ଅର୍ଥ ଖର୍ଚ୍ଚ କରାଯିବ । ଗୋଷ୍ଠୀ ସଂପୃକ୍ତିକରଣ ଏବଂ ପୁରାତନ ବିଦ୍ୟାର୍ଥୀଙ୍କ ସହ ସ୍କୁଲ କମିଟିର ଯୋଗାଯୋଗ ମାଧ୍ୟମରେ ଏହି କାର୍ଯ୍ୟକ୍ରମଗୁଡ଼ିକର ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ କରାଯିବ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମାନସସନ୍ତାନ ୫-‘ଟି’ କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି ରୂପାନ୍ତରୀକରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ପ୍ରକାଶ କରିଛନ୍ତି । ଏହି ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଦ୍ୱାରା ରାଜ୍ୟର ଶିକ୍ଷାକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିବ ବୋଲି ସମସ୍ତ ଉପସ୍ଥିତ ସଭ୍ୟସଭ୍ୟା ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ତ୍ୱରିତ କାର୍ଯ୍ୟକାରୀ କରିବାକୁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ ସମସ୍ତ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି । ଏହି ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ମୋନା ଶର୍ମା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶାସନ ସଚିବ ଶ୍ରୀ ଭାସ୍କର ଶର୍ମା, ଓଡ଼ିଶା ସ୍କୁଲ ଶିକ୍ଷା ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା ପ୍ରମୁଖ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!