ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅକ୍ଟୋବର ୧୦ରୁ ୨୦ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ସବୁ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରଧାନ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଦଶହରା ଓ କୁମାର ପୂର୍ଣ୍ଣିମା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏବେ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ସ୍କୁଲ୍ରେ ଚାଲିଥିବା ବେଳେ ୧୦ ତାରିଖରୁ ଏହା ବନ୍ଦ ରହିବ। ଅକ୍ଟୋବର ୨୧ ତାରିଖରୁ ସ୍କୁଲ୍ ପୁନର୍ବାର ଖୋଲିବ।






