Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି : ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
April 22, 2025
in State
ଦ୍ୱିତୀୟ ସମେଟିଭ୍‌ ଆସେସ୍‌ମେଣ୍ଟ୍ ମାର୍ଚ୍ଚ ୧୭ରୁ
129
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯିବ । ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛି ବୋଲି ସେ କହିଛନ୍ତି। ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ସୋମବାର ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରେକର୍ଡ ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଥିଲା ବେଳେ ଏହା ପଛକୁ ସମ୍ବଲପୁର ୪୩, ହୀରାକୁଦ ୪୨.୪, ରାଉରକେଲା ୪୨, କେନ୍ଦୁଝର ୩୮.୩, ଚାନ୍ଦବାଲି ୩୮.୨, ବାଲେଶ୍ୱର ୩୭, ଭୁବନେଶ୍ୱର ୩୬ ରହିଥିଲା। ମଙ୍ଗଳବାରଠାରୁ ରାଜ୍ୟରେ ଆହୁରି ତାପମାତ୍ରା ବୃଦ୍ଧି ପାଇଛି। ଏଥିପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ବଲାଙ୍ଗୀର ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଛି। ସେହିପରି ବୁଧବାର ପାଇଁ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ସୋନପୁର ଏ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି। ଗୁରୁବାର ଏବଂ ଶୁକ୍ରବାର ମଧ୍ୟ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ଅନୁଗୋଳ, ସୋନପୁର ଏବଂ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!