Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର

by ସଞ୍ଜୟ ସ୍ୱାଇଁ
July 21, 2021
in Education, State
୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର
184
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): କରୋନା କାଳରେ ରାଜ୍ୟ ସରକାର କଲେ ବଡ଼ ଘୋଷଣା। ଆସନ୍ତା ୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ହଷ୍ଟେଲ ଖୋଲିବ ବୋଲି ସରକାର ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ମୁଖ୍ୟତଃ ଗଣଶିକ୍ଷା, ଏସି/ ଏସଟି ଓ ସଂଖ୍ୟାଲଘୁ ବିଭାଗ ପରିଚାଳିତ ହଷ୍ଟେଲ ଖୋଲିବ। ସେହିପରି ଘରୋଇ ସଂସ୍ଥା ପରିଚାଳିତ ଇଂଲିଶ ମିଡିୟମ ସ୍କୁଲ ହଷ୍ଟେଲ ଖୋଲିବ। ନିକଟରେ ରାଜ୍ୟ ସରକାର ଜୁଲାଇ ୨୬ ତାରିଖରୁ ସ୍କୁଲ ଖୋଲିବା ନେଇ ଘୋଷଣା କରିଥିଲେ। ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ କହିଛନ୍ତି ଯେ, ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ। ଏଥିଲାଗି ସ୍କୁଲ ଓ ଗଣଶିକ୍ଷା ବିଭାଗ ଏସଓପି ଜାରି କରିଛି। ଅନଲାଇନ୍ ପାଠପଢ଼ାରେ ବିଭ୍ରାଟ ସୃଷ୍ଟି ହେବା କାରଣରୁ ବିଭାଗ ଏଭଳି ନିଷ୍ପତ୍ତି ନେଇଛି। କଟକଣା ଆଉ ସୁରକ୍ଷା ବଳୟ ଭିତରେ ସ୍କୁଲ ଖୋଲିବ। ସାମାଜିକ ଦୂରତା ରଖି କ୍ଲାସରେ ୨୦ ରୁ ୨୫ ପିଲା ବସିବେ। ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ସ୍କୁଲକୁ ନିୟମିତ ଭାବେ ସାନିଟାଇଜ୍ କରାଯିବ। ଏପରିକି ପ୍ରବେଶ ପଥରେ ସାନିଟାଇଜର ଓ ଥର୍ମାଲ ସ୍କ୍ରିନିଂର ବ୍ୟବସ୍ଥା ରହିବ। ତାସହିତ ସ୍କୁଲରେ ଆଇସୋଲେସନ ରୁମ୍ ବି ରହିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!