ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରାଙ୍ଗଣରେ ଚଳିତ ବର୍ଷର ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ଼ ଅବସରପ୍ରାପ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀ ନିମେଇ ଚରଣ ପ୍ରଧାନ ଅତିଥି ଭାବେ ଯୋଗଦେଇ ମା ସାରଦାଙ୍କ ନିକଟରେ ଦୀପପ୍ରଜ୍ଜ୍ଵଳନ କରି ସମସ୍ତଙ୍କ ପାଇଁ ଆଶିଷ ଭିକ୍ଷା କରିଥିଲେ। ଅତିଥି ମହୋଦୟ ଭାରତର ମହାନ ବୈଜ୍ଞାନିକ ଚନ୍ଦ୍ରଶେଖର ଭେଙ୍କଟ ରମଣ ଙ୍କ ଜୀବନୀ ବିଜ୍ଞାନ ସାଧନା , ଉଦ୍ଭାବନ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ଅବବୋଧ କରାଇଥିଲେ।

ବିଜ୍ଞାନକୁ ଭାରତ ର ଅବଦାନ ଏବଂ ବିଜ୍ଞାନର ଦୈନଦିନ ଜୀବନରେ ପ୍ରୟୋଗିକ ସ୍ୱରୂପ ବିଷୟରେ ବିଶଦ ବ୍ୟାଖ୍ୟା କରିଥିଲେ। ଛାତ୍ରଛାତ୍ରୀଙ୍କ ଦୈନଦିନ ଜୀବନରେ ଆବଶ୍ୟକ ଓ ଯାହାଫଳରେ ଆତ୍ମନିର୍ଭରଶୀଳ ଭାରତ ଗଠନର ସ୍ବପ୍ନ ସାକାର ହୋଇପାରିବ। ଶିଶୁ ଭାଇଭଉଣୀ ଙ୍କୁ ବିଜ୍ଞାନମନସ୍କ କରିବା ପାଇଁ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ ହୋଇଥିଲା। ବିଜ୍ଞାନ ପ୍ରଶ୍ନମଞ୍ଚ, ବୈଜ୍ଞାନିକ ମାନଙ୍କ ଫୋଟୋଚିତ୍ର ପ୍ରଦର୍ଶିନୀ, ବିଜ୍ଞାନ ପ୍ରୟୋଗ , ବିଜ୍ଞାନ ପ୍ରକଲ୍ପ ପ୍ରଦର୍ଶିନୀ ରେ ଅଂଶ ଗ୍ରହଣ କରିଥିବା କୃତି ପ୍ରତିଭାଗୀଙ୍କୁ ପୁରସ୍କାର ବିତରଣ କରଯାଇଥିଲା। ପ୍ରାୟ ୭୦ ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇଥିଲା। ୫୦୦ ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଅମ୍ବିକା ପ୍ରସାଦ ପଟ୍ଟନାୟକଙ୍କ ତତ୍ତ୍ୱାବଧାନ ରେ ସମସ୍ତ ଗୁରୁଜୀ ଗୁରୁମାଙ୍କ ସହିଯୋଗରେ କାର୍ଯ୍ୟକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା।






