Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିଲ୍ ହେଲା କଟକ ରାଣୀହାଟରେ ଥିବା ଚାଣକ୍ୟ ହସ୍ପିଟାଲ

by ସଞ୍ଜୟ ସ୍ୱାଇଁ
July 6, 2024
in Crime, State
ସିଲ୍ ହେଲା କଟକ ରାଣୀହାଟରେ ଥିବା ଚାଣକ୍ୟ ହସ୍ପିଟାଲ
135
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବିନା ପଞ୍ଜୀକରଣରେ ଚାଲୁଥିବା କଟକ ରାଣୀହାଟ ସ୍ଥିତ ଚାଣକ୍ୟ ହସ୍ପିଟାଲକୁ ସିଲ୍‌ କଲା ସ୍ୱାସ୍ଥ୍ୟ ବିଭାଗ। ଜାତୀୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ପରେ ଆଜି ଜିଲ୍ଲା ପ୍ରଶାସନର ଅଧିକାରୀମାନଙ୍କ ସହ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ଚାଣକ୍ୟ ହସ୍ପିଟାଲରେ ପହଞ୍ଚି ସରଜମିନ ତଦନ୍ତ ପରେ ସିଲ୍‌ କରିଛନ୍ତି। ସେପଟେ ସିଡିଏ ନିୟମ ମୁତାବକ ବିଲଡିଂର ନିର୍ମାଣ ହୋଇନଥିବାରୁ ସର୍ବକ୍ଷମା ଯୋଜନାରେ ବିଲଡିଂକୁ ଅନୁମିତ ମିଳିଲା। ତେଣୁ ଅଗ୍ନି ନିରାପତ୍ତା ପ୍ରମାଣପତ୍ର ପାଇବାରେ ବିଳମ୍ବ ହେଉଥିବାରୁ ପଞ୍ଜୀକରଣର ହୋଇପାରିନଥିଲା ବୋଲି ସଫେଇ ଦେଇଛନ୍ତି ମାଲିକ। ଓଡ଼ିଶା କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଆକ୍ଟ ଉଲ୍ଲଂଘନ କରୁଥିବା ଏହି ହସ୍ପିଟାଲକୁ ସିଲ କରିବା ପାଇଁ କିଛି ଦିନ ତଳେ ଜାତୀୟ ମାନବ ଅଧିକାର କମିଶନ ନିର୍ଦ୍ଦେଶ ଦେଇଥିଲେ। ୨୦୨୧ ମସିହାରେ ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅନ୍ତର୍ଗତ ବାବଲପୁର ଗାଁର କିଶୋର ଚନ୍ଦ୍ର ଦାଶଙ୍କର ଏହି ହସ୍ପିଟାଲରେ ଚିକିତ୍ସା ଚାଲିଥିବା ସମୟରେ ମୃତ୍ୟୁ ଘଟିଥିଲା। ଚିକିତ୍ସା ଅବହେଳା ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଥିଲେ। ପରେ ଏ ନେଇ ଜାତୀୟ ମାନବ ଅଧିକାର କମିଶନଙ୍କ ନିକଟରେ ମାମଲା ଦାୟର ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!