Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

by ସଞ୍ଜୟ ସ୍ୱାଇଁ
May 27, 2026
in Nayagarh
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ
71
VIEWS
Share on FacebookShare on Twitter

  ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରର ନୂଆ ରାଜବାଟୀ ରୋଡ୍ ନିବାସୀ, ପ୍ରାକ୍ତନ ସୁନାମଧନ୍ୟ ହେଲଥ୍‌ ଇନ୍ସପେକ୍ଟର ତଥା ଧର୍ମପରାୟଣ ବ୍ୟକ୍ତିତ୍ୱ ଶେଖର ରଥଙ୍କର ଗତ ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ସେ ନୟାଗଡ଼ର ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତା ଅଟନ୍ତି। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଖବର ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ୬ ପୁଅ, ବୋହୂ ଓ ନାତିନାତୁଣୀମାନେ ଉପସ୍ଥିତ ଥିଲେ। ପରେ ତାଙ୍କର ପାର୍ଥିବ ଶରୀରକୁ ପୁରୀ ସ୍ୱର୍ଗଦ୍ୱାର ନିଆଯାଇ ଅନ୍ତିମ ସଂସ୍କାର ସମ୍ପନ୍ନ କରାଯାଇଛି। ସ୍ୱର୍ଗତ ରଥଙ୍କ ଜ୍ୟେଷ୍ଠ ପୁତ୍ର ତଥା ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗର ଅବସରପ୍ରାପ୍ତ ମୁଖ୍ୟ କିରାଣୀ କୈଳାସ ଚନ୍ଦ୍ର ରଥ ମୁଖାଗ୍ନି ଦେଇଥିଲେ। ଜଣେ କର୍ତ୍ତବ୍ୟନିଷ୍ଠ ସରକାରୀ ଅଧିକାରୀ ଏବଂ ପରୋପକାରୀ ମଣିଷ ଭାବେ ନୟାଗଡ଼ ଅଞ୍ଚଳରେ ସେ ସୁପରିଚିତ ଥିଲେ। ତାଙ୍କ ବିୟୋଗରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧି, ବୁଦ୍ଧିଜୀବୀ ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଗଭୀର ଶୋକ ବ୍ୟକ୍ତ କରାଯିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!