Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚୁଡି ଦୋକାନରୁ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
February 19, 2025
in Crime, State
ଚୁଡି ଦୋକାନରୁ ଯୁବକଙ୍କ ମୃତଦେହ ଉଦ୍ଧାର
67
VIEWS
Share on FacebookShare on Twitter

ଶେରଗଡ଼, (ବାଘୁଆବାର୍ତ୍ତା): ଶେରଗଡ ଚାରି ଛକ ଚୁଡି ଦୋକାନରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ହେଲେ ଚୁଡି ଦୋକାନର ମାଲିକ କେ ଆଦର୍ଶ ରାଓ । ସେହି ଦୋକାନର ମଧ୍ୟ ଭାଗରେ ଆଦର୍ଶଙ୍କ ମୃତଦେହ ପଡିଛି । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପାରିବାରିକ କଳହ ଓ ଅଶାନ୍ତି ଯୋଗୁଁ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି । ଗଞ୍ଜାମ ଜିଲ୍ଲା ଶେରଗଡ ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଚୁଡି ଦୋକାନର ମାଲିକ କେ ଆଦର୍ଶ ରାଓ ମଙ୍ଗଳବାର ରାତିରେ ଦୋକାନକୁ ଆସି ଘରକୁ ଫେରି ନଥିଲେ। ଏଣୁ ଭାଇ କେ ପ୍ରସାଦ ରାଓ ତାଙ୍କୁ ଖୋଜିବାକୁ ବାହାରିଥିଲେ । ଦୋକାନକୁ ଆସି କବାଟ ତାଡ଼ି ଦେଖିଲା ବେଳକୁ ଭାଇ ଦୋକାନର ମଧ୍ୟ ଭାଗରେ ମରି ପଡ଼ି ରହିଛି । ଏହା ଦେଖି ତୁରନ୍ତ ଶେରଗଡ଼ ପୋଲିସକୁ ଖବର ଦେଇଥିଲେ । ଖବର ପାଇବା ପରେ ଶେରଗଡ଼ ଥାନା ଅଧିକାରୀ ବିରେନ୍ଦ୍ର ସିଆଳ ଓ ଏସଆଇ ସତ୍ୟଜିତ ବେଣିଆ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଦୋକାନର ଟେବୁଲ୍ ଉପରୁ ଏକ ସୁଇସାଇଡ ନୋଟ ଜବତ କରିଛି ପୋଲିସ । ତେଣୁ ପାରିବାରିକ କଳହ ଓ ଅଶାନ୍ତି ଯୋଗୁଁ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପୋଲିସ ଅନୁମାନ କରୁଛି । ସିସିଟିଭି ଯାଞ୍ଚରୁ ସମ୍ପୂର୍ଣ୍ଣ ତଥ୍ୟ ଜଣା ପଡିବ‌ ବୋଲି ପୋଲିସ କହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!