Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ପିକ୍‌ଅପ୍ ଭ୍ୟାନ୍, ୧୭ ରୁ ଅଧୀକ ଲୋକ ଆହତ

by ସଞ୍ଜୟ ସ୍ୱାଇଁ
April 7, 2025
in Accident, Nayagarh, State
ଓଲଟିଲା ପିକ୍‌ଅପ୍ ଭ୍ୟାନ୍, ୧୭ ରୁ ଅଧୀକ ଲୋକ ଆହତ
141
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍‌ । ନୟାଗଡ଼ ଫତେଗଡ଼ ଥାନା ମାଧପୁର ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଛି ପିକ୍‌ଅପ୍‌ ଭ୍ୟାନ୍‌ । ଯେଉଁଥିରେ ୧୭ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଭାପୁର ବ୍ଲକ ମାଧପୁର ଗାଁରୁ ଦଣ୍ଡ ଠାକୁରଙ୍କ ଦଣ୍ଡନାଚ ପାଇଁ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ୧୦ଜଣିଆ ଦଳ ଚକଡ଼ା ଗାଁକୁ ଯାଉଥିଲେ । ଏହି ସମୟରେ କଣ୍ଟିଲୋ ମାଧପୁର ଗାଁ ଦେଇ ଯାଇଥିବା ୪୮ ନମ୍ବର ରାଜ୍ୟପଥର ପୋତାପୋଖରୀ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଯାହାଫଳରେ ଗାଡ଼ିରେ ବସିଥିବା ୨୦ରୁ ୧୭ ଜଣ ଆହତ ହୋଇଥିଲେ । ଅନ୍ଧାର ରାତିରେ ବିଲ ମଧ୍ୟକୁ ପଡିଯାଇ ଆହତ ଲୋକମାନେ ଚିତ୍କାର କରିଥିଲେ । ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଲୋକେ ତୁରନ୍ତ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଫତେଗଡ଼ ଏବଂ ଭାପୁର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!