ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ଗତକାଲି ଭାପୁର ବ୍ଲକ କାର୍ଯ୍ୟଳୟର କିଛି କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ଯାହାକୁ ନେଇ ଭାପୁର ବିଡିଓ ବ୍ଲକ କାର୍ଯ୍ୟାଳୟକୁ ଆଜିଠାରୁ ୨୦ ତାରିଖ ପର୍ଯ୍ୟନ୍ତ ସଟ୍ଡାଉନ୍ କରିଥିବା ଜଣାଯାଇଛି । ଏଥିସହିତ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ କର୍ମଚାରୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଇଛି ।






