Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିମିଳିପାଳ ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ଜଙ୍ଗଲ ବିଭାଗ ପକ୍ଷରୁ ପଦକ୍ଷେପ

by ସଞ୍ଜୟ ସ୍ୱାଇଁ
March 8, 2021
in Feature News
ଶିମିଳିପାଳ ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ଜଙ୍ଗଲ ବିଭାଗ ପକ୍ଷରୁ ପଦକ୍ଷେପ
72
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆମ ରାଜ୍ୟରେ ସାଧାରଣତଃ ପ୍ରତ୍ୟେକ ବର୍ଷ ଫେବୃଆରୀ ୧୫ରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ‘ଅଗ୍ନି ଋତୁ’ ବୋଲି ବିବେଚନା କରାଯାଇଥାଏ । ବିଗତ କିଛିଦିନ ହେବ, ଶିମିଳିପାଳ ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାର ଜଙ୍ଗଲରେ ନିଆଁ ଲାଗିଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି । ଗତ ୩୦ ଦିନ ମଧ୍ୟରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ସମୁଦାୟ ୧ ହଜାର ୪୨୮ଟି ଫାୟାର ପଏଣ୍ଟରେ ନିଆଁ ଲାଗିଥିଲା । ଏ ସମସ୍ତ ଫାୟାର ପଏଣ୍ଟକୁ ଲିଭାଇବା ପାଇଁ ବିଭାଗ ତରଫରୁ ପଦକ୍ଷେପ ନିଆଯାଇଛି । ଚଳିତ ବର୍ଷ ଉଚ୍ଚ ତାପମାତ୍ରା ସହ ଶୁଖିଲା ପାଗ ଯୋଗୁଁ ଏହି ଜଙ୍ଗଲରେ ନିଆଁ ଲାଗିବା ବୃଦ୍ଧି ପାଇଛି । କେତେକ ସ୍ଥାନରେ ଖଳ ପ୍ରକୃତିର ଲୋକ ମନ୍ଦ ଉଦ୍ଦେଶ୍ୟ ରଖି ଜଙ୍ଗଲରେ ନିଆଁ ଲଗାଉଥିବା ନଜରକୁ ଆସିଅଛି । ସେମାନଙ୍କୁ ତୁରନ୍ତ ଚିହ୍ନଟ କରି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ପ୍ରକାଶ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଶିମିଳିପାଳ ଅଞ୍ଚଳରେ ସମୁଦାୟ ୧୧୭୫ ଜଣ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ହୋଇ ନିଆଁକୁ ଆୟତ୍ତ କରିବା ପାଇଁ ସମସ୍ତ ପ୍ରକାର ଚେଷ୍ଟା ଜାରି ରଖିଛନ୍ତି । ୨୯୫ଟି ଅଗ୍ନିନିର୍ବାପକ ଯନ୍ତ୍ର ଯୋଗାଇ ଦିଆଯାଇଛି । ୩୦୦ଟି ସ୍ଥାନରେ ସ୍ଥାନୀୟ ଲୋକମାନଙ୍କୁ ସାମିଲ କରି ସଚେତନତା ସୃଷ୍ଟି କରାଯାଉଛି । ଶିମିଳିପାଳ ଅଭୟାରଣ୍ୟ ଅଞ୍ଚଳରେ ଅଗ୍ନି ରୋକିବା ଏବଂ ଏହାକୁ ବ୍ୟାପିବାକୁ ନଦେବା ଉଦ୍ଦେଶ୍ୟରେ ୩୫୯୧ କିଲୋମିଟର ଫାୟାର ଲାଇନ୍‌ ସୃଷ୍ଟି କରାଯାଇଛି ଏବଂ ୪୦ଟି ନିଆଁଲିଭା ଗାଡ଼ି ବ୍ୟବହାର କରାଯାଇଛି । ୨୦୨୦-୨୧ ଆର୍ଥିକ ବର୍ଷରେ ‘ଅଗ୍ନି ଋତୁ’ ଆରମ୍ଭ ହେବା ପୂର୍ବରୁ ଅଗ୍ନି ନିୟନ୍ତ୍ରଣ ପାଇଁ ଶିମିଳିପାଳ ଅଞ୍ଚଳରେ ୨ କୋଟି ୧୪ ଲକ୍ଷ ଟଙ୍କା ଦିଆଯାଇଛି । ଗତ ମାର୍ଚ୍ଚ ୩, ୨୦୨୧ରିଖ ଦିନ ଅତିରିକ୍ତ ମ୍ୟାନ୍‌ ପାୱାର ଓ ଯନ୍ତ୍ରାଦି ପାଇଁ ୧୪ ଲକ୍ଷ ଟଙ୍କା ଦିଆଯାଇଛି । ଅଗ୍ନି ନିର୍ବାପନ ପାଇଁ ସମୁଦାୟ ୨ କୋଟି ୨୮ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ୭ ଜଣ ସହ ବନ ସଂରକ୍ଷକ (ଏସିଏଫ୍‌)ଙ୍କୁ ଏଥିପାଇଁ ଶିମିଳିପାଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ନୋଡାଲ ଅଫିସର ରୂପେ ନିୟୋଜିତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!