Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ମୃତ୍ୟୁ, କାଲି ଭାରତରେ ରାଷ୍ଟ୍ରୀୟ ଶୋକ

by ସଞ୍ଜୟ ସ୍ୱାଇଁ
July 8, 2022
in WORLD
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ମୃତ୍ୟୁ, କାଲି ଭାରତରେ ରାଷ୍ଟ୍ରୀୟ ଶୋକ
153
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଗୁଳିମାଡ଼ରେ ଗୁରୁତର ହୋଇପଡ଼ିଥିବା ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୭ ବର୍ଷ ହୋଇଥିଲା। ସେ ୨୦୦୬ ରୁ ୨୦୦୭ ଏବଂ ୨୦୧୨ରୁ ୨୦୨୦ ପର୍ୟ୍ୟନ୍ତ ଜାପାନର ପ୍ରଧାନମନ୍ତ୍ରୀ ଥିଲେ । ଅସୁସ୍ଥତା ହେତୁ ୨୦୨୦ରେ ସେ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଥିଲେ। ଆଜି ସକାଳେ ପଶ୍ଚିମ ଜାପାନର ନାରାରେ ଏକ ସଂସଦୀୟ ନିର୍ବାଚନ ପାଇଁ ସିଞ୍ଜୋ ଆବେ ପ୍ରଚାର କରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଏହି ସମୟରେ ହଠାତ୍‌ ପଛ ପଟୁ ତାଙ୍କ ଉପରକୁ ଜଣେ ବ୍ୟକ୍ତି ଅତର୍କିତ ଭାବେ ୨ ରାଉଣ୍ଡ ଗୁଳି କରିଥିଲେ। ତାଙ୍କୁ ତୁରନ୍ତ ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ନାରା ମେଡିକାଲ ୟୁନିଭରସିଟି ହସ୍ପିଟାଲକୁ ପଠାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଅତ୍ୟଧିକ ରକ୍ତସ୍ରାବ ହେତୁ ସିଞ୍ଜୋ ହୃଦଘାତର ଶିକାର ହୋଇଥିଲେ ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍‌ କହିଛି। ସେଥିପାଇଁ ତାଙ୍କ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ଆଉ କାମ କରି ନଥିଲା। ସିଞ୍ଜୋ ଆବେଙ୍କ ଉପରକୁ ଗୁଳି ଚଳାଇଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ତାଙ୍କ ନିକଟରୁ ଏକ ବନ୍ଧୁକ ଜବତ ହୋଇଛି। ତାଙ୍କ ନାଁ ୟାମାଗାମି ତେତସୁୟା (୪୧)। ସେ ଜାପାନ ନୌସେନାରେ କାମ କରୁଥିଲେ। ସ୍ଥାନୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ, ସିଞ୍ଜୋ ଆବେଙ୍କ ଉପରେ ଅସନ୍ତୁଷ୍ଟ ଥିଲେ ୟାମାଗାମି ତେତସୁୟା। ସେଥିପାଇଁ ସେ ତାଙ୍କୁ ହତ୍ୟା କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ପରିବାର ଓ ଜାପାନବାସୀଙ୍କୁ ସମବେଦନା ଜଣାଇଛନ୍ତି। ସିଞ୍ଜୋ ତାଙ୍କର ଜଣେ ଘନିଷ୍ଠ ବନ୍ଧୁ ଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି କହିଛନ୍ତି, ସିଞ୍ଜୋ ଜଣେ ବିଶ୍ୱସ୍ତରୀୟ ନେତା ଥିଲେ। ସେ ଜଣ ଉଚ୍ଚକୋଟୀର ପ୍ରଶାସକ ମଧ୍ୟ ଥିଲେ। ସେ ତାଙ୍କ ପୂରା ଜୀବନ ଜାପାନର ବିକାଶରେ ନିୟୋଜିତ କରି ଦେଇଥିଲେ। ଭାରତ ସହିତ ଜାପାନର ସଂପର୍କକୁ ସର୍ବଦା ସୁଦୃଢ଼ ରଖିବା ଉପରେ ସେ ଗୁରୁତ୍ୱ ଦେଉଥିଲେ। ସିଞ୍ଜୋ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ଗୋଟିଏ ଦିନ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି ଘୋଷଣା କରିଛନ୍ତି। ଆସନ୍ତାକାଲି ତାଙ୍କ ଉଦ୍ଦେଶ୍ୟରେ ରାଷ୍ଟ୍ରୀୟ ଶୋକ ପାଳନ କରାଯିବବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!