Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାକ୍ଷୀରେ ଅଘଟଣ, ଛୁରୀ ଭୁଷି ଭଉଣୀକୁ ମାରିଦେଲା ଭାଇ

by ସଞ୍ଜୟ ସ୍ୱାଇଁ
August 19, 2024
in Crime, State
ରାକ୍ଷୀରେ ଅଘଟଣ, ଛୁରୀ ଭୁଷି ଭଉଣୀକୁ ମାରିଦେଲା ଭାଇ
237
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ରାକ୍ଷୀ ପୂର୍ଣ୍ଣିମାରେ ରକ୍ତରେ ଭିଜିଲା ରାକ୍ଷୀ। ଆଉ ସୁରକ୍ଷା ଦେବାର ପ୍ରତିଶ୍ରୁତି ଦେଇ ପ୍ରତାରଣା କଲା ଭାଇ। ଯେଉଁ ଭାଇର ଦୀର୍ଘାୟୂ କାମନା କରି ତା’ ହାତରେ ବାନ୍ଧିଥିଲା ରାକ୍ଷୀ, ଆଜି ସିଏ ପାଲଟିଲା ନର ରାକ୍ଷସ। ଚିର ଦିନ ପାଇଁ ସୁରକ୍ଷା ଦେବାର ପ୍ରତିଶ୍ରୁତି ଦେଇ ଦିନ ଦି’ପହରରେ ସାନ ଭାଉଣୀକୁ ଅତି ବୀଭତ୍ସ ଭାବେ ଛୁରୀରେ ଭୁଷି ହତ୍ୟା କରିଛି। ଏପରି ହୃଦୟବିଦାରକ ଘଟଣା ଗଞ୍ଜାମ ଜିଲ୍ଲା ବଡ଼ବଜାର ଥାନା ଅଞ୍ଚଳରେ ଘଟିଛି। ୧୩ ବର୍ଷୀୟା ପ୍ରଯୋକ୍ତା ପାଣିଗ୍ରାହୀ ଓ ତାଙ୍କ ଭାଇ ଆୟୁଷ୍ମାନ ପାଣିଗ୍ରାହୀ ବଡ଼ବଜାର ଥାନା ସପ୍ତମ ଗଳିରେ ରହୁଥିବା ନିଜ ସମ୍ପର୍କୀୟ ବଡ଼ବାପାଙ୍କ ଘରକୁ ଆସିଥିଲେ। କାରଣ ତାଙ୍କ ଘରେ ଚାଲିଥିଲା ଶ୍ରାଦ୍ଧ ପୂଜା। ଘରର ତଳ ମହଲାରେ ପୂଜା ଚାଲିଥିବା ବେଳେ ଉପର ମହଲାରେ ପ୍ରଯୋକ୍ତା, ଭାଇ ଆୟୁଷ୍ମାନ ଓ ସମ୍ପର୍କୀୟ ଭାଇ ଆଶୁତୋଷ ପାଣିଗ୍ରାହୀ ଥିଲେ। ହଠାତ୍‌ ଚିତ୍କାର ଶୁଣି ପରିବାର ଲୋକେ ଉପହ ମହଲାକୁ ଧାଇଁ ଯାଇଥିଲେ। ସେତେବେଳେ ଚଟାଣରେ ରକ୍ତ ଜୁଡୁବୁଡ଼ୁ ହୋଇ ପଡ଼ିଥିଲେ ପ୍ରଯୋକ୍ତା ଓ ଆୟୁଷ୍ମାନ। ଉଭୟଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ଛୁରୀ ମାଡ଼ ହୋଇଥିଲା। ହେଲେ ନଥିଲେ ଆଶୁତୋଷ। ସିଏ କୁଆଡ଼େ ଉଉଣୀ ଓ ଭାଇକୁ ଛୁରା ମାଡ଼ କରି ଚମ୍ପଟ ମାରିଛନ୍ତି। ପରିବାର ଲୋକ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରଯୋକ୍ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଆୟୁଷ୍ମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉଦ୍‌ବେ ଗଜନକ ରହିଛି। ଡାକ୍ତରଙ୍କ ପରାମର୍ଶରେ ଆୟୁଷ୍ମାନଙ୍କୁ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ବଡ଼ବଜାର ଥାନା ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ରାକ୍ଷୀ ପୂର୍ଣ୍ଣିମା ପରି ପବିତ୍ର ଦିନରେ କେଉଁ କାରଣରୁ ଛୁରା ମାଡ଼ ହେଲା, ତାହା ଉପରେ ପୁଲିସ୍ ତଦନ୍ତ ଚଳାଇଛି। ଅନ୍ୟପକ୍ଷରେ ଛୁରା ମାଡ଼ କରିଥିବା ଆଶୁତୋଷ ଫେରାର ଅଛି। ପରିବାର ଲୋକ ଓ ପୁଲିସ୍‌ ତାଙ୍କୁ ଖୋଜୁଛନ୍ତି। ହେଲେ ତାଙ୍କର ପର୍ତ୍ତା ମିଳୁନି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!