Saturday, July 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁଲ୍ ଇଞ୍ଜେକ୍ସନ୍ ନେଲା ୬ ରୋଗୀଙ୍କ ଜୀବନ!

by ସଞ୍ଜୟ ସ୍ୱାଇଁ
June 4, 2025
in State
ଭୁଲ୍ ଇଞ୍ଜେକ୍ସନ୍ ନେଲା ୬ ରୋଗୀଙ୍କ ଜୀବନ!
62
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ମଙ୍ଗଳବାର ସର୍ଜରୀ ୱାର୍ଡରେ ଅଭାବନୀୟ ଘଟଣା ଘଟିଛି । ଚିକିତ୍ସିତ ଅବସ୍ଥାରେ ୬ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ଭୁଲ୍ ଇଞ୍ଜେକ୍ସନ୍ ଦିଆଯାଇଥିବାରୁ ରୋଗୀମାନଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ମୁତାବକ, କୋରାପୁଟ, ବୋରିଗୁମ୍ମା, କଳାହାଣ୍ଡି, ସେମିଳିଗୁଡା, ମାଛରା ଭଳି ବିଭିନ୍ନ ଅଞ୍ଚଳରୁ ଅନେକ ଗୁରୁତର ରୋଗୀ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲର ଆଇସିୟୁ ଏବଂ ସର୍ଜରୀ ବେଡ଼ରେ ଚିକିତ୍ସିତ ହେଉଥିଲେ। ହଠାତ୍ ରାତି ୧୧ ପରେ ଆଇସିୟୁର ଗୁରୁତର ଚିକିତ୍ସିତ ରୋଗୀଙ୍କ ଭିତରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବେଡ଼ରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ତୁରନ୍ତ ରୋଗୀଙ୍କ ସମ୍ପର୍କୀୟଙ୍କ ଉତ୍ତେଜନା ଦେଖି ଟାଉନ୍ ଥାନା ପୁଲିସ ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା। ଅନ୍ୟପଟେ ରୋଗୀ ସମ୍ପର୍କୀୟଙ୍କ ଅଭିଯୋଗ ଅନୁସାରେ, ଆଇସିୟୁରେ ଅପରେସନ ପରେ ରୋଗୀ ଠିକ୍ ଥିଲେ। ରାତ୍ରୀ କାଳୀନ ଦାୟିତ୍ଵରେ ଥିବା କର୍ମଚାରୀ କିଛି ଇଞ୍ଜେକ୍ସନ୍ ୨ଥର ଦେଇଥିଲେ। ଇଞ୍ଜେକ୍ସନ୍ ଦେବାର ୧୫ ମିନିଟ ଭିତରେ ଆଇସିୟୁରେ ୪ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ରୋଗୀ ସମ୍ପର୍କୀୟଙ୍କ ଅଭିଯୋଗ ଅନୁସାରେ, ଭୁଲ ଇଞ୍ଜେକ୍ସନ ଦେଇ ଦେବାରୁ ଏପରି ହୋଇଛି। କିନ୍ତୁ ବେଡ଼ରେ ଥିବା ରୋଗୀଙ୍କ ମୃତ୍ୟୁ ନେଇ କିଛି ସ୍ପଷ୍ଟତା ମିଳି ପାରିନାହିଁ । ତେବେ ଅଳ୍ପ ସମୟ ଭିତରେ ରାତି ରାଉଣ୍ଡର ଶେଷ ଡୋଜ୍ରେ ଆଇସିୟୁରେ ଥିବା ୪ ଏବଂ ବେଡ଼ରେ ୨ ରୋଗୀଙ୍କ ମୃତ୍ୟୁ ନେଇ ପରିବାର ପ୍ରଶ୍ନ ଉଠାଉଥିବାରୁ ଶବ ଜବତ କରିଛି ଟାଉନ୍ ପୁଲିସ। ଆଇସିୟୁ ତିନି ଶବ ସହ ଅନ୍ୟ ଶବକୁ ବ୍ୟବଚ୍ଛେଦ କରିବାକୁ ତତ୍ପରତା ପ୍ରକାଶ ପାଇଛି। ତେବେ ଏତେବଡ଼ ଘଟଣା ଘଟିଥିଲେ ମଧ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ କୌଣସି ସ୍ପଷ୍ଟୀକରଣ ଦେଇ ନାହାନ୍ତି। ବିଗତ ଦିନରେ କର୍ତ୍ତୃପକ୍ଷଙ୍କ ଏପରି ଅବହେଳାକୁ ନେଇ ଅନେକ ପ୍ରଶ୍ନ ଉଠିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!