Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ମୁକାବିଲା ପାଇଁ ମାଲକାନଗିରି ଜିଲ୍ଲାରେ ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ

by ସଞ୍ଜୟ ସ୍ୱାଇଁ
September 26, 2021
in State
ବାତ୍ୟା ମୁକାବିଲା ପାଇଁ ମାଲକାନଗିରି ଜିଲ୍ଲାରେ ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
25
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ମାଲକାନଗିରି ଜିଲ୍ଲା ପ୍ରଶାସନ। ଜିଲ୍ଲାର ସମସ୍ତ ୭ଟି ବ୍ଲକ ଓ ତହସିଲ କାର୍ୟ୍ୟାଳୟର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ବିଶେଷ କରି ବାତ୍ୟା ଯୋଗୁଁ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଲୋକଙ୍କୁ ତଳିଆ ସ୍ଥାନକୁ ଯିବା ଲାଗି ବାରଣ କରାଯାଇଛି। ନଈ କୂଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା କରାଯାଉଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି । ବଣ୍ଡାଘାଟି ଓ ଗୋବିନ୍ଦପାଲି ଘାଟିରେ ଭୁସ୍ଖଳନ ହେବାର ଆଶଙ୍କା ରହିଥିବାରୁ ଏହି ରାସ୍ତା ଉପରେ ଜିଲ୍ଲା ପ୍ରଶାସନ ନଜର ରଖିଛି । ବାତ୍ୟାର ମୁକାବିଲା କରିବା ଲାଗି ମାଲକାନଗିରି ଜିଲ୍ଲାରେ ୬ଟି ଓଡ୍ରାଫ ଟିମ୍ ସହ ଗୋଟିଏ ଏନ.ଡି.ଆର.ଏଫ ଟିମ୍ ମୁତୟନ ହୋଇଛନ୍ତି । ଗତକାଲି ରାତି ସୁଦ୍ଧା ୩ଟି ଓଡ୍ରାଫ୍ ଟିମ୍ ମାଲକାନଗିରି ପହଞ୍ଚି ସାରିଥିବା ବେଳେ ଅନ୍ୟ ସମସ୍ତ ଟିମ୍ ଆଜି ସନ୍ଧ୍ୟା ସୁଦ୍ଧା ପହଞ୍ଚିବ ବୋଲି ଜଣା ପଡିଛି । ବିଶେଷ କରି ପଡିଆ, ମାଥିଲି, କାଲିମେଳା ଓ ଚିତ୍ରକୋ ବ୍ଲକ ଉପରେ ଜିଲ୍ଲା ପ୍ରଶାସନ ଅଧିକା ଫୋକସ ଦେଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!