Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା ଘର

by ସଞ୍ଜୟ ସ୍ୱାଇଁ
May 10, 2025
in State
ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା ଘର
41
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାସୁଦେବପୁର ବ୍ଲକ ଖରିଦା ବିନାୟକପୁର ପଞ୍ଚାୟତ ତୋଟାସାହିରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୬ ପରିବାରର ୬ ବଖରା ଘର । ଏହି ଅଗ୍ନିକାଣ୍ଡର ସଠିକ କାରଣ ଜନପଡ଼ିନଥିବା ବେଳେ ସର୍ଟ ସର୍କିଟରୁ ନିଆଁ ଲାଗିଥାଇପାରେ ବୋଲି ଅନୁମାନ କରାଯାଉଛି । ସୂଚନା ମୁତାବକ, ଶୁକ୍ରବାର ବିଳମ୍ୱିତ ରାତିରେ ପରିବାର ଲୋକ ଶୋଇଥିବା ସମୟରେ ହଠାତ କୌଣସି କାରଣରୁ ଘରେ ନିଆଁ ଲାଗିଯାଇଥିଲା । ଏହା ଦେଖି ପଡୋଶୀ ଲୋକ ଡାକ ପକାଇବାରୁ ଘର ଭିତରୁ ସମସ୍ତେ ଦୌଡ଼ି ବାହାରକୁ ଆସିଥିଲେ । ଫଳରେ କେବଳ ପିନ୍ଧାଲୁଗା ବ୍ୟତୀତ କୌଣସି ଆସବାବପତ୍ର ବାହାରକୁ କାଢ଼ିପାରିନଥିଲେ । ଯାହା ଫଳରେ ନିଆଁ ସମସ୍ତ ଜିନିଷରେ ଲାଗିଯାଇଥିଲା । ଘର ଭିତରେ ଥିବା ଧାନ, ଚାଉଳ ସହ ଅନ୍ୟ ଖାଦ୍ୟ ପଦାର୍ଥ ଏବଂ ସମସ୍ତ ଆସବାବପତ୍ର ମଧ୍ୟ ପୋଡି ଯାଇଥିଲା । ଏହା ଦେଖି ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ ପରିବାରଲୋକେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ବେଳକୁ ସବୁକିଛି ପୋଡି ପାଉଁଶ ହୋଇଯାଇଥିଲା । ଏହି ଘଟଣା ପରେ କ୍ଷତିଗ୍ରସ୍ତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!