Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା ଘର

by ସଞ୍ଜୟ ସ୍ୱାଇଁ
May 10, 2025
in State
ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା ଘର
14
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାସୁଦେବପୁର ବ୍ଲକ ଖରିଦା ବିନାୟକପୁର ପଞ୍ଚାୟତ ତୋଟାସାହିରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୬ ପରିବାରର ୬ ବଖରା ଘର । ଏହି ଅଗ୍ନିକାଣ୍ଡର ସଠିକ କାରଣ ଜନପଡ଼ିନଥିବା ବେଳେ ସର୍ଟ ସର୍କିଟରୁ ନିଆଁ ଲାଗିଥାଇପାରେ ବୋଲି ଅନୁମାନ କରାଯାଉଛି । ସୂଚନା ମୁତାବକ, ଶୁକ୍ରବାର ବିଳମ୍ୱିତ ରାତିରେ ପରିବାର ଲୋକ ଶୋଇଥିବା ସମୟରେ ହଠାତ କୌଣସି କାରଣରୁ ଘରେ ନିଆଁ ଲାଗିଯାଇଥିଲା । ଏହା ଦେଖି ପଡୋଶୀ ଲୋକ ଡାକ ପକାଇବାରୁ ଘର ଭିତରୁ ସମସ୍ତେ ଦୌଡ଼ି ବାହାରକୁ ଆସିଥିଲେ । ଫଳରେ କେବଳ ପିନ୍ଧାଲୁଗା ବ୍ୟତୀତ କୌଣସି ଆସବାବପତ୍ର ବାହାରକୁ କାଢ଼ିପାରିନଥିଲେ । ଯାହା ଫଳରେ ନିଆଁ ସମସ୍ତ ଜିନିଷରେ ଲାଗିଯାଇଥିଲା । ଘର ଭିତରେ ଥିବା ଧାନ, ଚାଉଳ ସହ ଅନ୍ୟ ଖାଦ୍ୟ ପଦାର୍ଥ ଏବଂ ସମସ୍ତ ଆସବାବପତ୍ର ମଧ୍ୟ ପୋଡି ଯାଇଥିଲା । ଏହା ଦେଖି ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ ପରିବାରଲୋକେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ବେଳକୁ ସବୁକିଛି ପୋଡି ପାଉଁଶ ହୋଇଯାଇଥିଲା । ଏହି ଘଟଣା ପରେ କ୍ଷତିଗ୍ରସ୍ତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି ।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!