ନୟାଗଡ଼,(ବାଘୁଆବାର୍ତ୍ତା) : ସ୍ଵଳ୍ପ ସଞ୍ଚୟ ବିଭାଗ ପକ୍ଷରୁ ସ୍ଵଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନାରେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ର ବିନୋଦିନୀ ମହାନ୍ତି ତୃତୀୟ ପୁରସ୍କାର ବିଜେତା ହୋଇଛନ୍ତି। ଏହି ସଂକ୍ରାନ୍ତରେ ସ୍ଥାନୀୟ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଠାରେ ରଣପୁର ବିଧାୟକ ଶ୍ରୀ ସତ୍ୟ ନାରାୟଣ ପ୍ରଧାନ ଏବଂ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ମିଳିତ ଭାବେ ବିଜେତାଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି ଏବଂ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଅଧିକାରୀ ଶ୍ରୀ ସେଖ୍ ଈନାୟତ୍ ତୁଲ୍ଲା ପ୍ରମୁଖ ଉପସ୍ଥିତ ଥିଲେ।





