Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେବଗଡରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
October 9, 2021
in State
ଦେବଗଡରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
92
VIEWS
Share on FacebookShare on Twitter

ଦେବଗଡ଼, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୨ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ରାଜ୍ୟର ପାଞ୍ଚଟି ଜିଲ୍ଲା – ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ଏବଂ ପୁରୀରେ ଏହି କାର୍ୟ୍ୟକ୍ରମ ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ଲୋକ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଥିବା ବେଳେ, ୧୦,୬୫୭ ଜଣ ହିତାଧିକାରୀ ବିଭିନ୍ନ ଘରୋଇ ଡାକ୍ତରଖାନାରେ କୋଡ଼ିଏ କୋଟି ଟଙ୍କାର ସ୍ଵାସ୍ଥ୍ୟ ସୁବିଧା ପାଇଲେଣି। ହିତାଧିକାରୀମାନେ ବିନା ଖର୍ଚ୍ଚରେ ଉନ୍ନତ ସ୍ଵାସ୍ଥ୍ୟ ସେବା ପାଉଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେବଗଡ ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ୟ୍ୟ ଅତି ମନୋରମ ଏବଂ ଏହା ଓଡ଼ିଶା ପାଇଁ ପ୍ରକୃତିର ଏକ ବରଦାନ । ପ୍ରଶାସନକୁ ଲୋକଙ୍କ ନିକଟକୁ ନେବା ପାଇଁ ବିଜୁ ବାବୁ ଏହାକୁ ଏକ ସ୍ୱତନ୍ତ୍ର ଜିଲ୍ଲା କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବିଜୁବାବୁଙ୍କ ମହାନ ଉଦ୍ଦେଶ୍ୟକୁ ଆଖିରେ ରଖି ରାଜ୍ୟ ସରକାର ଦେବଗଡରେ ବିକାଶ କାର୍ୟ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବଗଡ ଜିଲ୍ଲାରେ ଆଜି ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦିଆଯାଇଥିବା ବେଳେ ୧୩୬ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି । ଜିଲ୍ଲାରେ ଶିକ୍ଷାବିକାଶ କାର୍ୟ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି କାର୍ୟ୍ୟକ୍ରମରେ ଜିଲ୍ଲାର ସମସ୍ତ ୮୭ ଟି ସରକାରୀ ହାଇସ୍କୁଲର ରୂପାନ୍ତର କରାଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତିନୋଟି ମେଗା ପାଇପ୍‌ ପାଣି ଯୋଜନା କାର୍ୟ୍ୟକାରୀ କରାଯାଇ ଜିଲ୍ଲାର ସମସ୍ତ ତିନୋଟି ବ୍ଲକକୁ ପାଇପ୍‌ ପାଣିର ସୁବିଧା ଯୋଗାଇ ଦେବା ପାଇଁ ପଦକ୍ଷେପ ନିଆଯାଇଛି । ମୁଖ୍ୟମନ୍ତ୍ରୀ ଦେବଗଡ ପୌରାଞ୍ଚଳ ପାଇଁ ମଧ୍ୟ ଏକ ପାନୀୟ ଜଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖିଥିଲେ । ଏହା ସହିତ ଦେବଗଡରେ ଏକ ତିନିଶହ ଶଯ୍ୟା ବିଶିଷ୍ଟ ଆଧୁନିକ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ଭିତ୍ତି ପ୍ରସ୍ତର ରଖିଥିଲେ । ଏଥିପାଇଁ ୧୧୫ କୋଟି ଟଙ୍କା ବିନିଯୋଗ କରାଯିବ । ଏହାଦ୍ୱାରା ଦେବଗଡବାସୀ ଗୁଣାତ୍ମକ ମାନର ଚିକିତ୍ସା ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା -ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ୟ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। କାର୍ୟ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ସେମାନଙ୍କ ଭାଷଣରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ୟ୍ୟକ୍ରମ ବିଶେଷ କରି ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ଦେଶରେ ଓଡ଼ିଶାର ସମ୍ମାନ ବଢ।ଇଛି ବୋଲି ମତ ଦେଇଥିଲେ । ବିଧାୟକ ସୁବାସ ପାଣିଗ୍ରାହୀ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଜିଲ୍ଲାର ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!