Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶୃଙ୍ଖଳିତ କରାଯିବ ସ୍ନାନଯାତ୍ରା ଓ ରଥଯାତ୍ରା

by ସଞ୍ଜୟ ସ୍ୱାଇଁ
May 17, 2025
in State
ଶୃଙ୍ଖଳିତ କରାଯିବ ସ୍ନାନଯାତ୍ରା ଓ ରଥଯାତ୍ରା
34
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଆସନ୍ତା ଜୁନ୍ ୧୧ ତାରିଖରେ ପବିତ୍ର ସ୍ନାନ ଯାତ୍ରା ଓ ଜୁନ୍ ୨୭ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ତେବେ ସ୍ନାନ ଯାତ୍ରା ଓ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇସାରିଛି । ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଇତାପତି ନିଯୋଗ ସଭାପତି, ବାଡଗ୍ରାହୀ ଏବଂ ପୂଜାପଣ୍ଡା ନିଯୋଗର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ । ମହାପ୍ରଭୁଙ୍କ ନୀତିକୁ କିଭଳି ନିର୍ଦ୍ଧାରିତ ସମୟରେ କରାଯିବ, ନୀତିକୁ ଶୃଙ୍ଖଳିତ କରାଯିବ ଏବଂ ମହାପ୍ରଭୁଙ୍କ ପହଣ୍ଡି ବିଜେ ନୀତି କିଭଳି ସୁରୁଖୁରୁରେ ଆୟୋଜନ ହୋଇପାରିବ ସେନେଇ ସବିଶେଷ ଆଲୋଚନା ହୋଇଥିଲା । ପୂର୍ବ ବର୍ଷ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ ନୀତି ବିଭ୍ରାଟ ହୋଇଥିବା ବେଳେ ଚଳିତ ବର୍ଷ ଏହାର କିଭଳି ପୁନରାବୃତ୍ତି ନହେବ ସେନେଇ ମଧ୍ୟ ଆଲୋଚନା ହୋଇଥିଲା । ରଥ ଉପରେ ମୋବାଇଲ୍ ବ୍ୟବହାର ଉପରେ କଟକଣା, ରଥ ଉପରେ ଅଧିକ ସେବାୟତ ଯେଭଳି ଉପସ୍ଥିତ ନ ରୁହନ୍ତି ସେନେଇ ମଧ୍ୟ ପଦକ୍ଷେପ ନିଆଯିବ । ସ୍ନାନ ଯାତ୍ରା ଓ ରଥଯାତ୍ରାର ନୀତି ନିର୍ଘଣ୍ଟ ନେଇ ବୈଠକରେ ଆଲୋଚନା ହୋଇଥିବା ବେଳେ ଆସନ୍ତା ୨୧ ରେ ଅନୁଷ୍ଠିତ ହେବାକୁ ଥିବା ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟକୁ ଚୂଡାନ୍ତ ଅନୁମୋଦନ କରାଯିବା ସହ ଏହା କିଭଳି ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହୋଇପାରିବ ସେନେଇ ଆଲୋଚନା କରାଯିବ । ସ୍ନାନ ଯାତ୍ରା ଓ ରଥଯାତ୍ରା ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ସେବାୟତ ନିଯୋଗର କର୍ମକର୍ତ୍ତାଙ୍କୁ ନେଇ ଏକ କମିଟି ଗଠନ ହେବ । ଏହି କମିଟିର ପରାମର୍ଶ ଅନୁଯାୟୀ ସ୍ନାନ ଯାତ୍ରା ଓ ଘୋଷଯାତ୍ରାର ସମସ୍ତ କାର୍ଯ୍ୟ କରାଯିବ । ତେବେ ଚଳିତ ବର୍ଷ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ରଥଯାତ୍ରା ଶୃଙ୍ଖଳିତ କରିବା ପାଇଁ ଦଇତାପତି ନିଯୋଗ ମଧ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିବା ଶ୍ରୀଜିଉଙ୍କ ବାଡଗ୍ରାହୀ ମାନେ କହିଛନ୍ତି । ତେବେ ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ ନେଇ ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ୧ ମାସ ପାଇଁ ନିଲମ୍ବନ କରାଯାଇଥିବା ବେଳେ ଏହାର କୌଣସି ପ୍ରଭାବ ସ୍ନାନ ଯାତ୍ରା ଓ ରଥଯାତ୍ରା ଉପରେ ପଡ଼ିବ ନାହିଁ ବୋଲି ନିଯୋଗ ପକ୍ଷରୁ କୁହାଯାଇଛି । ରାମକୃଷ୍ଣ ନିଲମ୍ବିତ ହେବା ତାହା ତାଙ୍କର ବ୍ୟକ୍ତିଗତ ପ୍ରସଙ୍ଗ । ଏଥିରେ ଦଇତାପତି ନିଯୋଗର କୌଣସି ଭୂମିକା ନଥିବାବେଳେ ପ୍ରତ୍ୟେକ ଦଇତାପତି ସେବାୟତ ମାନେ ଠାକୁରଙ୍କ ସ୍ନାନ ଯାତ୍ରା ଓ ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବେ ସମସ୍ତ କାର୍ଯ୍ୟ କରିବେ ବୋଲି ମୁଖ୍ୟ ବାଡଗ୍ରାହୀ କହିଛନ୍ତି । ସେପଟେ ପୁରୀ ଜିଲ୍ଲାପାଳ କହିଛନ୍ତି ଆଗାମୀ ସ୍ନାନ ଯାତ୍ରା ଓ ଘୋଷଯାତ୍ରା ଶୃଙ୍ଖଳିତ କରିବା ପାଇଁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି । ଆଗାମୀ ୨୧ରେ ଅନୁଷ୍ଠିତ ହେବାକୁ ଥିବା ଛତିଶା ନିଯୋଗ ବୈଠକରେ ସ୍ନାନ ଯାତ୍ରା ଓ ଘୋଷଯାତ୍ରା ଶୃଙ୍ଖଳିତ କରିବା ପାଇଁ ଚୂଡାନ୍ତ ନୀତି ନିର୍ଘଣ୍ଟ ଅନୁମୋଦନ କରାଯିବ ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!