Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ୱ – ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
June 29, 2021
in Planning and Development, State
କୋଭିଡ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ୱ – ମୁଖ୍ୟମନ୍ତ୍ରୀ
19
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କୋଭିଡ ମହାମାରୀର ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମାରୀର ମୁକାବିଲା ପାଇଁ ସମସ୍ତଙ୍କ ସହଯୋଗ ଦରକାର। ଏ ଦିଗରେ ବେସରକାରୀ ଚିକିତ୍ସାଳୟ ମାନଙ୍କ ସହିତ କର୍ପୋରେଟ୍‌ ସେକ୍ଟର, ରାଜ୍ୟ ଓ କେନ୍ଦ୍ର ସରକାରଙ୍କ PSU ମାନେ ଆଗେଇ ଆସିବା ଖୁସିର କଥା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ । ତେଣୁ ସମସ୍ତେ ନିଜ ନିଜ ସ୍ତରରେ ମୁକାବିଲା କରିବା ପାଇଁ କାମ କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ଦେବଗଡର ଏହି ୧୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲରେ ଶିଶୁ ଶଯ୍ୟା ସହିତ ୧୨ଟି ICU, ୩୨ଟି HDU, ସ୍ବତନ୍ତ୍ର ଶିଶୁ ୱାର୍ଡ ସହିତ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ଉପକରଣ ଓ ପରୀକ୍ଷାଗାରର ସୁବିଧା ରହିଛି । ଏହି ଡାକ୍ତରଖାନାରେ ସମସ୍ତ ଚିକିତ୍ସା ସୁବିଧା, ଔଷଧ ଯୋଗାଣ, ରୋଗୀଙ୍କୁ ଖାଦ୍ୟ ବ୍ୟବସ୍ଥା ଦାୟିତ୍ବ ରାଜ୍ୟ ସରକାର ହାତକୁ ନେଇଛନ୍ତି । ପୂର୍ବରୁ ଦେବଗଡରେ ୧୪୦ ଶଯ୍ୟା ବିଶିଷ୍ଟ ଏକ କୋଭିଡ ହସ୍‌ପିଟାଲ କାର୍ୟ୍ୟ କରୁଛି । ଏହାଦ୍ବାରା ଜିଲ୍ଲାରେ ବର୍ତ୍ତମାନ ଦୁଇଟି କୋଭିଡ ହସ୍‌ପିଟାଲ ପ୍ରତିଷ୍ଠିତ ହେଲା । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ଦ୍ବିତୀୟ ଲହର ଏପର୍ୟ୍ୟନ୍ତ ଶେଷ ନ ହୋଇଥିବା ବେଳେ, ତୃତୀୟ ଲହରର ସୂଚନା ଆସିଲାଣି । ଏହାର ମୁକାବିଲା ପାଇଁ ଆମର ପ୍ରସ୍ତୁତି ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ୩୦ଟି ଜିଲ୍ଲାରେ Liquid Medical Oxygen ର ସୁବିଧା ସହିତ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରାଯାଇଛି । କୋଭିଡ ପରିଚାଳନାରେ ଆମର ନୀତି ହେଉଛି – ସବୁ ଜୀବନ ମୂଲ୍ୟବାନ। ଏହି ନୀତିରେ ରାଜ୍ୟ ସରକାର ଚିକିତ୍ସା, ଟେଷ୍ଟିଂ, ଖାଦ୍ୟ ଆଦି ସବୁ ବ୍ୟବସ୍ଥାର ଦାୟିତ୍ବ ନିଜ ହାତକୁ ନେଇଛନ୍ତି । ଏହାଦ୍ବାରା ବ୍ୟବସ୍ଥା ପ୍ରତି ଲୋକଙ୍କ ବିଶ୍ବାସ ମଜବୁତ ହୋଇଛି । ଉତ୍ତମ ସ୍ବାସ୍ଥ୍ୟ ଭିତ୍ତିଭୂମି ଯୋଗୁ ମହାମାରୀର ଅନିଶ୍ଚିତତାକୁ ଆମେ ଭଲ ଭାବରେ ମୁକାବିଲା କରିପାରିବୁ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଦେବଗଡର ଏହି ହସ୍‌ପିଟାଲ ସ୍ଥାପନରେ ବେଦାନ୍ତର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ କୋଭଡର ଦ୍ବିତୀୟ ଲହରରେ ପଶ୍ଟିମ ଓଡିଶା ଅଧିକ ପ୍ରଭାବିତ ହୋଇଥିଲା । ସମସ୍ତଙ୍କ ସହଯୋଗରେ ଏହାକୁ ନିୟନ୍ତ୍ରଣ କରାଯାଇପାରିଛି । କୋଭିଡ ନିୟନ୍ତ୍ରଣରେ ଦେବଗଡ ଜିଲ୍ଲା ବହୁତ ଭଲ ପ୍ରଦର୍ଶନ କରିଥିବାରୁ ମୁଖ୍ୟମନ୍ତ୍ରୀ ଜିଲ୍ଲାର ଜନସାଧାରଣ, ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟିକା ଆମକୁ ସୁରକ୍ଷା ଦେବ । କିନ୍ତୁ ସଂପୂର୍ଣ୍ଣ ସୁରକ୍ଷା ପାଇଁ କୋଭିଡର ସବୁ ନିୟମକୁ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । କାର୍ୟ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ପେଟ୍ରୋଲିଅମ ଓ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ ସମସ୍ତଙ୍କ ପ୍ରଚେଷ୍ଟା ବଳରେ ଓଡିଶାରେ କୋଭିଡର ପ୍ରଭାବ କମିବାରେ ଲାଗିଛି । ସେଥିପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ଦେବଗଡ ଜିଲ୍ଲା ସମେତ ପଶ୍ଚିମ ଓଡିଶାରେ ବର୍ତ୍ତମାନ କୋଭିଡ ନିୟନ୍ତ୍ରଣାଧୀନରେ ରହିଛି ବୋଲି ପ୍ରକାଶ କରିଥିଲେ ଏବଂ ସମ୍ବଲପୁରଠାରେ ଆଉ ଏକ କୋଭିଡ ହସ୍‌ପିଟାଲ ପ୍ରସ୍ତାବକୁ କାର୍ୟ୍ୟକାରୀ କରାଯିବାର ଆବଶ୍ୟକତା ସପକ୍ଷରେ ମତ ଦେଇଥିଲେ। ଓଡିଶାରେ ଟିକା ଉତ୍ପାଦନ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମର ସେ ପ୍ରଶଂସା କରିଥିଲେ ଏବଂ ଟିକାକରଣ କାର୍ୟ୍ୟକ୍ରମକୁ ଯୋଜନବଦ୍ଧ ଭାବରେ ଆଗେଇ ନେଇ ୬-୮ ମାସ ମଧ୍ୟରେ ଯେପରି ସବୁ ଲୋକ ଟିକା ନେଇପାରିବେ, ତାହା ଉପରେ ଗୁରୁତ୍ବ ଦେଇଥିଲେ । ଏହି କାର୍ୟ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ ଦାସ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ପ୍ରମୁଖ ଓଡିଶାରେ କୋଭିଡ ମୁକାବିଲା, ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ କାର୍ୟ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ କୋଭିଡ ପରିଚାଳନାରେ ଓଡିଶା ଦେଶରେ ଏକ ନମ୍ବର । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଟିକାକରଣ ସହିତ, ରାଜ୍ୟର ଯେକୌଣସି କାର୍ୟ୍ୟକ୍ରମ ପାଇଁ ବେଦାନ୍ତ ଗ୍ରୁପ ସହଯୋଗ ପାଇଁ ସବୁବେଳେ ପ୍ରସ୍ତୁତ ଅଛି । ସମ୍ବଲପୁର ସାଂସଦ ଶ୍ରୀ ନିତିଶ ଗଙ୍ଗଦେବ, ଦେବଗଡ ବିଧାୟକ ଶ୍ରୀ ସୁବାଷ ପାଣିଗ୍ରାହୀ ପ୍ରମୁଖ କାର୍ୟ୍ୟକ୍ରମରେ ଯୋଗଦେଇ ସେମାନଙ୍କ ମତାମତ ରଖିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!