Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ ସୁନାଖଳା ମହୋତ୍ସବ ସମ୍ପାଦକଙ୍କ ପିତୃ ବିୟୋଗରେ ଶୋକସଭା

by Anil Panda
June 1, 2020
in Lifestyle
ରାଜ ସୁନାଖଳା ମହୋତ୍ସବ ସମ୍ପାଦକଙ୍କ ପିତୃ ବିୟୋଗରେ ଶୋକସଭା
46
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା):  ରାଜ ସୁନାଖଳା ମହୋତ୍ସବ ସମ୍ପାଦକ ଚିତ୍ତରଞ୍ଜନ ପ୍ରଧାନ ଙ୍କ ପିତା ତଥା ସ୍ଥାନୀୟ ଅଞ୍ଚଳର ପ୍ରତିଷ୍ଠିତ ବ୍ୟବସାୟୀ ସ୍ବର୍ଗତ ରବୀନ୍ଦ୍ର କୁମାର ପ୍ରଧାନ ଙ୍କ ଅମର ଆତ୍ମାର ସଦ୍ଗତି ପାଇଁ ଶୋକସଭା ଅନୁଷ୍ଠିତ ହୋଇଛି ।ମହୋତ୍ସବ କମିଟି ପକ୍ଷରୁ ଆୟୋଜିତ ହୋଇଥିବା ଏହି ଶୋକସଭାରେ କମିଟି ର ସମସ୍ତ ସଦସ୍ୟ ,ବରିଷ୍ଠ ନାଗରିକ ମଞ୍ଚ ର କର୍ମକର୍ତ୍ତା ,ରାଜ ସୁନାଖଳା ଜୋନ ର ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ଵରୀ ସାହୁ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ।ସାମାଜିକ ଦୂରତା ରକ୍ଷା କରି ସମସ୍ତ ସଦସ୍ୟ 2 ମିନିଟ ପାଇଁ ନିରବ ପ୍ରାର୍ଥନା କରିବା ସହ ଅମର ଆତ୍ମାର ସଦ୍ଗତି କାମନା କରିଥିଲେ ।ସ୍ବର୍ଗତ ରବୀନ୍ଦ୍ର ପ୍ରଧାନ ଜଣେ ନିରହଂକାରୀ,ମିଷ୍ଟଭାଷୀ,ସରଳ ସ୍ଵଭାବ ତଥା ବନ୍ଧୁବସ୍ଛଳ ବ୍ୟକ୍ତି ଥିଲେ ।ଗତ ରବିବାର ସନ୍ଦ୍ୟାରେ ସ୍ବର୍ଗତ ପ୍ରଧାନ ହଠାତ ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କୁ ପ୍ରଥମେ ରାଜ ସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ପରେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ଚିକିତ୍ସା ପାଇଁ ନିଆ ଯାଇଥିଲା ।ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।ମହୋତ୍ସବ କମିଟି ଅଧ୍ୟକ୍ଷ ଆର୍ତ୍ତତ୍ରାଣ ପ୍ରଧାନ ,ବରିଷ୍ଠ ନାଗରିକ ମଞ୍ଚ ର ଆବାହକ ମଦନ ମୋହନ ସାହୁ ,ଫୁଲଦୋଳ କମିଟି ର ସଭାପତି ସତ୍ୟ ନାରାୟଣ ମହାପାତ୍ର ,ଶିକ୍ଷାବିତ ପ୍ରଦୀପ କୁମାର ରଣା, ପ୍ରିନ୍ସ ଫାଉଣ୍ଡେସନ ର ସଭାପତି ସୁଧାଂଶୁ ଶେଖର ସାହୁ ଙ୍କ ସହ ସ୍ଥାନୀୟ ବୁଦ୍ଧିଜୀବୀ ପ୍ରଦୀପ ସାହୁ, କମିଟି ର ବରିଷ୍ଠ ସଭ୍ୟ ଅଶୋକ କୁମାର ପଟ ନାୟକ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇ ଥିଲେ ।ତେବେ ଆସନ୍ତା  ୧୦ ତାରିଖ  ବୁଧବାର ଦିନ ସ୍ବର୍ଗତ ଶ୍ରୀ ପ୍ରଧାନଙ୍କ ଏକାଦଶାହ ଅବସରରେ ମହୋତ୍ସବ କମିଟି ପକ୍ଷରୁ ଏକ ସ୍ମୃତିଚାରଣ ସଭାର ଆୟୋଜନ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!