Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୋନପୁର ADMO ହତ୍ୟା ଘଟଣା : ୧୧ ବର୍ଷ ପରେ ଆସିଲା ରାୟ

by ସଞ୍ଜୟ ସ୍ୱାଇଁ
May 31, 2025
in Crime, State
ସୋନପୁର ADMO ହତ୍ୟା ଘଟଣା : ୧୧ ବର୍ଷ ପରେ ଆସିଲା ରାୟ
66
VIEWS
Share on FacebookShare on Twitter

ସୋନପୁର, (ବାଘୁଆବାର୍ତ୍ତା): ବହୁ ଚର୍ଚ୍ଚିତ ଶିଶୁ ଡାକ୍ତର ହତ୍ୟା ଘଟଣାରେ ପ୍ରକାଶ ପାଇଲା ରାୟ । ଦୀର୍ଘ ୧୧ ବର୍ଷ ପରେ ମାମଲାରେ ରାୟ ଶୁଣାଇଲେ ସୋନପୁର ଏଡିଜେ କୋର୍ଟ । ଦୁଇ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୨୫ ହଜାର ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ । ଖବର ଅନୁଯାୟୀ, ୨୧ ନଭେମ୍ବର ୨୦୧୪ ମସିହା ସନ୍ଧ୍ୟା ସମୟରେ ଶିଶୁରୋଗ ବିଶେଷଜ୍ଞ ତଥା ADMO ଡାକ୍ତର ଦୂର୍ବାଦଳ ମିଶ୍ରଙ୍କୁ ତାଙ୍କ ଘର ଆଗରେ ଅତି ନିର୍ମମ ଭାବେ ହତ୍ୟା କରିଥିଲେ ଦୃର୍ବୁତ୍ତ । ଏହି ଘଟଣାର ତଦନ୍ତ କରି ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୋଲିସ। ଘଟଣାର ଚୁଡାନ୍ତ ଶୁଣାଣିର ଶନିବାର ଦିନ ରାୟ ପ୍ରକାଶ ପାଇଥିବା ବେଳେ ଉଭୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହ ଦୁଇ ଅଭିଯୁକ୍ତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍। ଅଭିଯୁକ୍ତ ଦୁଇ ହେଲେ ପ୍ରତ୍ୟୁଷ ପଣ୍ଡା (ବବୁଲୁ) ଓ ଅଶୋକ ସାହୁ। ଏହି ଚର୍ଚ୍ଚିତ ଘଟଣାର ସରକାରୀ ଓକିଲ ଭାବେ ଦଶରଥ ମାହାଣା ପରିଚାଳନା କରିଥିବା ବେଳେ ଅଭିଯୁକ୍ତଙ୍କ ଓକିଲ ଭାବେ ରାଜେନ୍ଦ୍ର ଅଗ୍ରୱାଲ କେସ୍ ପରିଚାଳନା କରିଥିଲେ। ତେବେ ରାୟକୁ ଆମେ ଉପର କୋର୍ଟରେ ଅପିଲ କରିବୁ ବୋଲି ଅଭିଯୁକ୍ତଙ୍କ ଓକିଲ କହିଥିବାବେଳେ ଅପରପକ୍ଷରେ ସରକାରୀ ଓକିଲ ପ୍ରତିକ୍ରିୟା ଦେବାକୁ ମନା କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!