Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆ ହାଇକମିଶନର

by ସଞ୍ଜୟ ସ୍ୱାଇଁ
August 31, 2021
in Sports, State
ସ୍ୱପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ – ମୁଖ୍ୟମନ୍ତ୍ରୀ
100
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓ (Barry O’Farrel AO)ଙ୍କ ସହିତ ଆଲୋଚନା କରି ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡିଶାର ଅଧିକ ସହଯୋଗ ସଂପର୍କରେ ଆଲୋଚନା କରିଛନ୍ତି। ବୈଠକରେ ଓଡିଶା ଯେପରି ଭାରତୀୟ ହକି ଦଳକୁ ପ୍ରୋତ୍ସାହନ ଦେଉଛି ଏବଂ ହକି ଖେଳରେ ଉନ୍ନତି ପାଇଁ ଓଡିଶା ଯେଭଳି ଭାବରେ ନେତୃତ୍ବ ନେଇଛି, ସେଥିପାଇଁ ହାଇକମିଶନର ମୁଖ୍ୟମନ୍ତ୍ରୀଙ୍କର ଉଚ୍ଚପ୍ରଶଂସା କରିଥିଲେ । ଉଭୟ ଦେଶ ମଧ୍ୟରେ ବ୍ୟବସାୟ ଓ କାରିଗରୀ କୌଶଳ କ୍ଷେତ୍ରରେ ସହଯୋଗର ବ୍ୟାପକ ସମ୍ଭାବନା ଅଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା । ଏତଦ୍‌ବ୍ୟତୀତ ଓଡିଶାର ଦକ୍ଷ ମାନବ ସମ୍ବଳର ଉପଯୋଗ ଉପରେ ଆଲୋଚନା ହୋଇଥିଲା। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଓଡିଶାରେ Hockey Worldcup ସମୟରେ ଅଷ୍ଟ୍ରେଲିଆ ଦଳର ଗସ୍ତ ସଂପର୍କରେ ମନେପକାଇ ଅଷ୍ଟ୍ରେଲିଆ ହକି ଦଳର ଦକ୍ଷତାର ଉଚ୍ଚପ୍ରଶଂସା କରିଥିଲେ । ଓଡିଶାରେ ବିଭିନ୍ନ କ୍ରୀଡା ଭିତ୍ତିଭୂମି ସୃଷ୍ଟି, ଉନ୍ନତମାନର ତାଲିମ, ବିଶେଷ କରି ହକି ଖେଳକୁ ଅଧିକ ପ୍ରୋତ୍ସାହନ ଦେବା ଉପରେ ଓଡିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅଧିକ ସହଯୋଗ ପାଇଁ ଉଭୟ ସହମତି ପ୍ରକାଶ କରିଥିଲେ । ଏତଦ୍‌ବ୍ୟତୀତ ଖଣି ଅନୁସଂଧାନ କ୍ଷେତ୍ରରେ ଅଷ୍ଟ୍ରେଲିଆ ଓ ଓଡିଶା ମଧ୍ୟରେ ଅଧିକ ମିଳିତ ସହଯୋଗ ଉପରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!